ହକି ବିଶ୍ୱକପ୍ ପାଇଁ ପୁଡୁଚେରୀ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ମନ୍ତ୍ରୀ ଅତନୁ ସବ୍ୟସାଚୀ

ପୁଡୁଚେରୀ: ହକି ବିଶ୍ବକପ ପାଇଁ ସାରା ଭାରତକୁ ନିମନ୍ତ୍ରଣ କରୁଛି ଓଡ଼ିଶା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନିମନ୍ତ୍ରଣ କରୁଛନ୍ତି ଓଡ଼ିଶାର ମନ୍ତ୍ରୀମାନେ । ଏହି କ୍ରମରେ ଆଜି ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଏନ ରାଙ୍ଗାସ୍ୱାମୀଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ଏନ ରାଙ୍ଗାସ୍ୱାମୀଙ୍କୁ ଭେଟି ହକି ବିଶ୍ୱକପ୍ ପାଇଁ ନିମନ୍ତ୍ରଣ କରିଛନ୍ତି ।

ନିମନ୍ତ୍ରଣ ପତ୍ର ସହ ହକି ଜର୍ସି ଓ ରୁପାର ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ହକି ବିଶ୍ବକପ ପାଇଁ ନିମନ୍ତ୍ରଣ କରାଯାଉଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଧନ୍ୟବାଦ ଜଣାଇଛନ୍ତି ରାଙ୍ଗାସ୍ୱାମୀ । ସେ କହିଛନ୍ତି ଜଗନ୍ନାଥ ଧାମର ଲୋକଙ୍କୁ ମୋତେ ବେଟିବା ପାଇଁ କୌଣସି ଅନୁମତି ଓ ପ୍ରଟକଲର ଆବଶ୍ୟକତା ନାହିଁ । ଜାନୁଆରୀ ୧୩ରୁ ୨୯ଯାଏ ଓଡ଼ିଶାରେ ହେବ ପୁରୁଷ ହକି ବିଶ୍ୱକପ । ଏଥିରେ ସାମିଲ ହେବାକୁ ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରିଛି ଓଡିଶା ।