ହକି ବିଶ୍ୱକପ୍: ମିଜୋରାମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ
1 min read
ଭୁବନେଶ୍ୱର: ପାଖଉଛି ପୁରୁଷ ହକି ବିଶ୍ବକପ୍ । ସବୁଠୁ ଉତ୍ସାହ ଓ ଉଦ୍ଦୀପନା । ଏଥିପାଇଁ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଉଛି । ଏହି କ୍ରମରେ ମିଜୋରମ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତରଫରୁ ମନ୍ତ୍ରୀ ସମୀର ରଞ୍ଜନ ଦାଶ ମିଜୋରାମ ମୁଖ୍ୟମନ୍ତ୍ରୀ ପୁ ଜୋରାମଥାଙ୍ଗାଙ୍କୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି । ନିମନ୍ତ୍ରଣ ପତ୍ର ସହ ହକି ଟି-ସାର୍ଟ ଓ ରୂପା ଅଶୋକ ଚକ୍ର ପ୍ରଦାନ କରିଛନ୍ତି । ଆସନ୍ତା ୧୩ ତାରିଖରୁ ୨୯ ପର୍ଯ୍ୟନ୍ତ ଭୁବନେଶ୍ବର ଓ ରାଉରକେଲାରେ ହେବ ମ୍ୟାଚ୍ ।