ବୈଜୟନ୍ତ ପଣ୍ଡାଙ୍କ କୁଶପୁତ୍ତଳିକା ଦାହ କଲା କଟକ ଛାତ୍ର ବିଜେଡି
3 min readଭୁବନେଶ୍ୱର: ବୈଜୟନ୍ତ ପଣ୍ଡାଙ୍କ ମନ୍ତବ୍ୟକୁ ଦୃଢ ନିନ୍ଦା, କୁଶପୁତ୍ତଳିକା ଦାହ । କଟକରେ ଛାତ୍ର ବିଜେଡି ତରଫରୁ ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଓଡିଶା ପ୍ରତି ଅପମାନସୂଚକ ମନ୍ତବ୍ୟର ପ୍ରତିବାଦ କରାଯାଇଛି । ବାଦାମବାଡି ଛକରେ ଛାତ୍ର ବିଜେଡି ପକ୍ଷରୁ ବୈଜୟନ୍ତଙ୍କ ମନ୍ତବ୍ୟକୁ ନିନ୍ଦା କରାଯିବା ସହ ତୁରନ୍ତ କ୍ଷମା ପ୍ରାର୍ଥନା ପାଇଁ ଦାବି ହୋଇଛି । ଏନେଇ ବୈଜୟନ୍ତଙ୍କ କୁଶପୁତ୍ତଳିକା ଦାହ ମଧ୍ୟ କରିଛି ଛାତ୍ର ବିଜେଡି । ବୈଜୟନ୍ତ ଭୁଲ ନମାଗିଲେ ସାରା ରାଜ୍ୟରେ ପ୍ରତିବାଦକୁ ଜୋରଦାର କରାଯିବ ବୋଲି ଛାତ୍ର ବିଜେଡି ଚେତାବନୀ ଦେଇଛି ।
#FreedomOfSpeech
Shameful how Maharashtra & Odisha police simply "pick up" & assault journalists & do custodial interrogation, without following the basic process of law, like in Pakistan. This is real fascism. Please speak up for Ramesh Rath of @otvnews & @pradip103 of @republic— Baijayant Jay Panda (Modi Ka Parivar) (@PandaJay) October 17, 2020
ଫେକ୍ ଭିଡିଓ ଭାଇରାଲ କରି ସାଂସଦଙ୍କୁ ବଦନାମ୍ କରିବାକୁ ଚେଷ୍ଟା କରିଥିବା ସାମ୍ବାଦିକଙ୍କୁ ସୁରକ୍ଷା ଦେବାକୁ ଯାଇ ବୈଜୟନ୍ତ ନିଜ ଟ୍ୱିଟ୍ ହ୍ୟାଣ୍ଡେଲରେ ଓଡ଼ିଶାକୁ ନେଇ ଅତ୍ୟନ୍ତ ହୀନ ମନ୍ତବ୍ୟ ଦେଇଛନ୍ତି । ସେ ଓଡ଼ିଶାକୁ ପାକିସ୍ତାନ ସହ ତୁଳନା କରି ଟ୍ୱିଟ୍ କରିଛନ୍ତି । ଯାହାକୁ ନେଇ ଏବେ ତୁମ୍ବିତୁଫାନ୍ ଆରମ୍ଭ ହୋଇଛି । ରାଜ୍ୟର ବିଭିନ୍ନ ମହଲରେ ବୈଜୟନ୍ତଙ୍କ ଏହି ଆଚରଣକୁ ନିନ୍ଦା କରାଯାଇଛି । ଖାଲି ସେତିକି ନୁହେଁ ଏଭଳି ଟ୍ୱିଟକୁ ଦୃଢ ବିରୋଧ କରିଛନ୍ତି ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ପ୍ରଣବ ଟ୍ୱିଟ୍ କରି ଲେଖିଛନ୍ତି ଯେ ନିଜ ରାଜ୍ୟକୁ ପାକିସ୍ତାନ ସହ ତୁଳନା କରି ଆହୁରି ଲଜ୍ଜାଜନକ ପରିସ୍ଥିତି ସୃଷ୍ଟି କରିଛନ୍ତି ବୈଜୟନ୍ତ । ବୈଜୟନ୍ତ ପଣ୍ଡା ଓଡ଼ିଶାର ସଂସ୍କୃତି ଏବଂ ଓଡ଼ିଶାବାସୀଙ୍କୁ ଅପମାନିତ କରିଛନ୍ତି ।
Nothing more shameful than comparing your own state with Pakistan. Colossal disrespect for the Odia culture and the people of Odisha. Hope better sense prevails and this of insult for the people of Kendrapara, the entire state stops here! https://t.co/NpgsYvz6qS
— Pranab Prakash Das (@pranabpdas) October 18, 2020
ସେହିଭଳି ବୈଜୟନ୍ତଙ୍କୁ କଡ଼ା ସମାଲୋଚନା କରିଛନ୍ତି ସାଂସଦ ଅନୁଭବ ମହାନ୍ତି । ଅନୁଭବ ଟ୍ୱିଟ୍ କରି ବୈଜୟନ୍ତଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି ଯେ ‘ଏ ମାଟି ତୁମକୁ ଓ ତୁମ ପରିବାରକୁ ବହୁତ କିଛି ଦେଇଛି’। ‘ଜଗନ୍ନାଥଙ୍କ ଭୂମିକୁ ପାକିସ୍ତାନ ସହ ତୁଳନାର ଦୁଃସାହସ କିପରି କଲ ?’ । ‘୨୦୧୯ ପୂର୍ବରୁ କେନ୍ଦ୍ରାପଡ଼ାରୁ ପ୍ରତିନିଧିତ୍ୱ କରୁଥିଲ’ । ‘କେନ୍ଦ୍ରାପଡ଼ା କ’ଣ ପାକିସ୍ତାନରେ ଅଛି ?’ ‘ଯଦି ସେପରି ଭାବୁଛ ତାହେଲେ ଓଡ଼ିଶା ଛାଡ଼ି ଚାଲିଯାଅ’ ।
Shame on few sold out heads who are still supporting the person who has shamelessly betrayed, insulted & abused our Motherland. Had Our Motherland been #Pakistan in reality then such #UngratefulKapoot would have been in Jahannum by now.
— Anubhav Mohanty (@AnubhavMohanty_) October 18, 2020
Let me remind you @PandaJay that before your defeat in 2019, you were a part of this soil which you are comparing with #Pakistan now. Mr.BP, Is #Kendrapara in #Pakistan ? If Yes then Quit #Odisha right now & forever.
ଜୟ ଜଗନ୍ନାଥ??
— Anubhav Mohanty (@AnubhavMohanty_) October 18, 2020
ସେହିଭଳି ବୈଜୟନ୍ତ ପଣ୍ଡାଙ୍କ ଟ୍ୱିଟକୁ ନେଇ ବର୍ଷିଛନ୍ତି ବିଜେଡି ନେତା ଦେବାଶିଷ ସାମନ୍ତରାୟ । ‘ବୈଜୟନ୍ତ ଭାରତ ଛାଡ଼ି ପାକିସ୍ତାନରେ ରୁହନ୍ତୁ ବୋଲି ଦେବାଶିଷ କହିଛନ୍ତି । ଉତ୍ତରପ୍ରଦେଶ ଘଟଣାରେ କାହିଁକି ଚୁପ ଥିଲେ ବୈଜୟନ୍ତ ବୋଲି ପ୍ରଶ୍ନ କରିବା ସହ ମହିଳାଙ୍କୁ ବୈଜୟନ୍ତ ସମ୍ମାନ ଦେବା ଜାଣି ନାହାନ୍ତି ବୋଲି କହିଛନ୍ତି । ଟ୍ୱିଟ କରି ନାରୀ ନିର୍ଯାତନାକୁ ସମର୍ଥନ କରୁଛନ୍ତି ବୈଜୟନ୍ତ । ତାଙ୍କୁ ଲାଜ ଲାଗିବା କଥା ବୋଲି ଦେବାଶିଷ ସାମନ୍ତରାୟ କହିଛନ୍ତି’ ।
ଅନ୍ୟପଟେ ବିଜେଡି ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ମଧ୍ୟ ଏହାକୁ ନିନ୍ଦା କରିଛନ୍ତି । ସେ କହିଛନ୍ତି:- ଯେଉଁ ରାଜ୍ୟ ତାଙ୍କୁ ଉଭୟ ରାଜ୍ୟସଭା ଓ ଲୋକସଭାକୁ ପଠାଇଥିଲା ସେହି ରାଜ୍ୟକୁ ଆଜି ସେ ପାକିସ୍ତାନ ବୋଲି କିଭଳି କହିପାରୁଛନ୍ତି ?
Quite unfortunate that Shri. Jay Panda @PandaJay feels Odisha has become Pakistan, the same state that sent him to both houses of the Parliament. The same people of Kendrapara who ensured it. The same Tulasi Khetra. This is an insult to every Odia and to the Odia culture as well. https://t.co/8hoIZFk2Ed
— ଡ଼ଃ ସସ୍ମିତ ପାତ୍ର I Dr. Sasmit Patra (@sasmitpatra) October 18, 2020