spot_img

Latest Posts

୩୧ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ନାହିଁ ନିସ୍ତାର

ନନ୍ଦିଘୋଷ ବ୍ୟୁରୋ: ୩୧ ତାରିଖ ପର୍ଯ୍ୟନ୍ତ ବର୍ଷାରୁ ନାହିଁ ନିସ୍ତାର। ଲଘୁଚାପରେ ପରିଣତ ହେଲା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ। ବର୍ତ୍ତମାନ ଏହା ଉତ୍ତର ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରିବ ଲଘୁଚାପ। ଦକ୍ଷିଣ ଓଡିଶା ଉତ୍ତର ଆନ୍ଧ୍ର ପ୍ରଦେଶ ଦେଇ ସ୍ଥଳଭାଗ ମୁହାଁ ହେବ । ପ୍ରଭାବରେ ୩୧ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ସମ୍ଭାବନ ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।  ବର୍ଷା ସମୟରେ ତଳି ଅଞ୍ଚଳ ରେ ଜଳବନ୍ଦୀ ସମସ୍ୟା, ପାହାଡି ଅଞ୍ଚଳରେ ଭୂସ୍ଖଳନ, ସହରାଞ୍ଚଳରେ କୂତ୍ରିମ ବନ୍ୟା, କଚ୍ଚା ରାସ୍ତା ଘର ଭାଙ୍ଗିବା ନେଇ ସତର୍କ କରିଚି ପାଣିପାଗ କେନ୍ଦ୍ର। ସେହିଭଳି ପ୍ରବଳ ବର୍ଷା ନେଇ ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା ଏବଂ ପୁରୀ କୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଟୁଇନସିଟି କଟକ ଭୁବନେଶ୍ୱରରେ ବି ଲାଗିରହିଛି ପ୍ରବଳ ବର୍ଷା। ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଦକ୍ଷିଣ ଓଡିଶାରେ ଲାଗିରହିବ ବର୍ଷା। ବର୍ଷା ସମୟରେ ଘଣ୍ଟାପ୍ରତି ୩୫ ରୁ ୪୫ କିଲୋମିଟର ବେଗରେ ପବନ ବହିବ। ଝଟକା ପବନର ବେଗ ଘଣ୍ଟାପ୍ରତି ୫୫ କିମି ହୋଇପାରେ । ପ୍ରଭାବରେ  ସମୁଦ୍ର ଅଶାନ୍ତ ରହିବ। ୩୦ ଓ ୩୧ ରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା କରାଯାଇଛି । ଯେଉଁ ମାନେ ସମୁଦ୍ର ମଧ୍ୟରେ ରହିଛନ୍ତି ସେମାନେ  ସନ୍ଧ୍ୟା ସୁଦ୍ଧା କୂଳକୁ ଫେରି ଆସିବା ପାଇଁ ପରାମର୍ଶ ଦିଆଯାଇଛି ।

Latest Posts

Don't Miss