spot_img

Latest Posts

ଆଜି ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ନନ୍ଦିଘୋଷ ବ୍ୟୁରୋ: ଆଜି ବି ତୁହାକୁ ତୁହା ଭିଜିବ ଓଡ଼ିଶା । କେନ୍ଦୁଝର, ସୁନ୍ଦରଗଡ଼, ସମ୍ୱଲପୁର, ଦେବଗଡ଼ ଓ ଝାରସୁଗୁଡ଼ା ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଆସନ୍ତା ୨୦ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ୨୧ରୁ ବର୍ଷାର ପ୍ରଭାବ କମିବ ବୋଲି ପୁର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଦକ୍ଷିଣ ବଙ୍ଗଳାଦେଶ ଓ ତତସଂଲଗ୍ନ ଅଂଚଳରେ ସଦୃଶ ଲଘୁଚାପ ସକ୍ରିୟ ରହିଛି। ଏହା ଅଧିକ ଘନୀଭୁତ ହୋଇ ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରି ୱେଲମାର୍କ ଲୋ-ପ୍ରେସରେ ପରିଣତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ। ପ୍ରଭାବରେ ରାଜ୍ୟରେ ଆସନ୍ତା ୨ ଦିନ ଯାଏଁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଗତକାଲି ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଏନେଇ ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, ରାୟଗଡା, ଗଂଜାମ କୋରାପୁଟ, ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିଲା ।

Latest Posts

Don't Miss