୨୪ ଘଣ୍ଚାରେ ୧୦୮ ନୂଆ ସଂକ୍ରମିତ ଚିହ୍ନଟ, ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୪୧୬୩କୁ ବୃଦ୍ଧି

1 min read

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟାରେ ରାଜ୍ୟରେ ୧୦୮ଟି ନୂତନ କରୋନା ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଗତକାଲି ୧୪୬ ସଂକ୍ରମିତ ଚିହ୍ନଟ ହୋଇଛି । ତେବେ ଆଜି ଚିହ୍ନଟ ହୋଇଥିବା ସମୁଦାୟ ୧୦୮ ସଂକ୍ରମିତଙ୍କ ମଧ୍ୟରୁ ୯୫ ମାମଲା କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୧୩ଟି ସ୍ଥାନୀୟ ସଂକ୍ରମିତ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪୧୬୩ରେ ପହଞ୍ଚିଛି ।

ଅମ୍ଫାନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇଥିବା ୧୬ଜଣ ଆଗ୍ନିକଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସିଛି । ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ପୁରୀରୁ ୧୫, କେନ୍ଦ୍ରାପଡ଼ା ଓ ଜଗତସିଂହପୁରରୁ ୯ଜଣ ଲେଖାଏଁ, ଗଞ୍ଜାମରୁ ୮, ଖେର୍ଦ୍ଧା ଓ ଗଜପତିରୁ ୭ ଲେଖାଏଁ , କେଉଁଝରରୁ ୫, ବାଲେଶ୍ୱରରୁ ୪, ସୁନ୍ଦରଗଡ଼ରୁ ୨  ଅନୁଗୁଳ, କଟକ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜଣେ ଲେଖାଏଁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏଥିସହ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚିଛି । ଏବଂ ଏବେ ସୁଦ୍ଧାରେ ରାଜ୍ୟରେ ୨୮୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧ ଜଣଙ୍କ ମୃତ୍ୟୁ ହୋଇଛି । ତେବେ ବର୍ତ୍ତମାନ ୧୨୯୫ ଜଣ ସଂକ୍ରମିତ ସକ୍ରିୟ ଅଛନ୍ତି ଏବଂ ସେମାନଙ୍କ ଚିକିତ୍ସା ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲରେ କରାଯାଉଛି ।

Leave a Reply