୨୪ ଘଣ୍ଟାରେ ରାଜ୍ୟର ୨୦ ଜିଲ୍ଲାରୁ ୧୭୩ ଜଣ କରୋନା ପଜିଟିଭ୍
1 min readଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭୩ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ଟି କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୭୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ଏଥିସହ ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୪୧୪କୁ ବୃଦ୍ଧି ପାଇଛି ।
Covid-19 Report For 10th December
New Positive Cases: 173
Of which 0-18 years: 21
In quarantine: 102
Local contacts: 71(Details of local contacts will be shared by concerned District)
1. Balasore: 3
2. Bargarh: 3
3. Bhadrak: 1
4. Balangir: 1
5. Cuttack: 4
6. Deogarh: 1— I & PR Department, Odisha (@IPR_Odisha) December 11, 2021
ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, କଟକରୁ ୪ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
New recoveries: 307
Cumulative tested: 24357781
Positive: 1051414
Recovered: 1040927
Active cases: 2001— I & PR Department, Odisha (@IPR_Odisha) December 11, 2021
ସେହିଭଳି କେନ୍ଦ୍ରାପଡ଼ାରୁ ଜଣେ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୯ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କୋଭିଡରୁ ୧୦ ଲକ୍ଷ ୪୦ ହଜାର ୯୨୭ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ୨୦୦୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।