୨୪ ଘଣ୍ଟାରେ ରାଜ୍ୟର ୨୦ ଜିଲ୍ଲାରୁ ୧୭୩ ଜଣ କରୋନା ପଜିଟିଭ୍

1 min read
Odisha Reports 173 New Covid Cases In Last 24 hours

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭୩ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୨ଟି କ୍ୱାରେଣ୍ଟାଇନରୁ ଆସିଥିବା ବେଳେ ୭୧ଟି ମାମଲା ସ୍ଥାନୀୟ ସଂକ୍ରମଣ । ଏଥିସହ ରାଜ୍ୟରେ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୪୧୪କୁ ବୃଦ୍ଧି ପାଇଛି ।

ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, କଟକରୁ ୪ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୩ ଜଣ, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦ୍ରାପଡ଼ାରୁ ଜଣେ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୯ ଜଣ, ପୁରୀରୁ ୫ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୧୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ କୋଭିଡରୁ ୧୦ ଲକ୍ଷ ୪୦ ହଜାର ୯୨୭ ଜଣ ସୁସ୍ଥ ହୋଇଥିବା ବେଳେ ଏବେ ୨୦୦୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

Leave a Reply