ରାଜ୍ୟରେ ଆଉ ୧୭୯ କରୋନା ଆକ୍ରାନ୍ତ ଚିହ୍ନଟ… ଗଞ୍ଜାମରୁ ସର୍ବାଧିକ ୫୭ ପଜିଟିଭ୍

1 min read
odisha reports 179 positive cases

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଉପର ମୁହାଁ । କିଛିଦିନ ହେବ ରାଜ୍ୟରେ ଲାଗାତାର ଭାବେ ସାମ୍ନାକୁ ଆସୁଛି ଶତାଧିକ କରୋନା ସଂକ୍ରମିତ ମାମଲା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୧୭୯ଟି ନୂଆ କରୋନା ପଜିଟିଭ୍ ମାମଲା ଚିହ୍ନଟ ହୋଇଛି । କ୍ୱାରେଣ୍ଟାଇନରୁ ୧୫୦, ସ୍ଥାନୀୟ ସଂକ୍ରମଣ ୨୯ ଜଣ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୫୭ ପଜିଟିଭ୍‌ ଚିହ୍ନଟ  ହୋଇଛନ୍ତି।

ରାଜ୍ୟରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୪୮୫୬ କୁ ବୃଦ୍ଧି ହୋଇଛି। ଖୋର୍ଦ୍ଧାରୁ୨୭, କେନ୍ଦୁଝରରୁ ୧୮, କଟକରୁ ୧୫ ଚିହ୍ନଟ ହୋଇଛନ୍ତି । ମୟୂରଭଞ୍ଜରୁ ୧୦, ଅନୁଗୁଳରୁ ୬ଜଣ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଭଦ୍ରକ, ରାୟଗଡ଼ା କେନ୍ଦ୍ରାପଡ଼ାରୁ ୫ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଜଗତସିଂହପୁରରୁ ୪ ଜଣ ପିଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାଜପୁରରୁ ୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

ବରଗଡ଼, ମାଲକାନଗିରିରୁ ୨ ଜଣ ଲେଖାଏଁ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ନବରଙ୍ଗପୁର ଓ ଦେଓଗଡ଼ରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି। ୧୫ ଜିଲ୍ଲାରୁ ୧୭୯ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ଏଥିରେ ରହିଛନ୍ତି ଏନଡିଆରଏଫ୍‌ ଓ ଅଗ୍ନିଶମ ବାହିନୀରୁ ୧୮ ଜଣ ଯବାନ । ଏମାନେ ଅମ୍ଫାନ ମୁକାବିଲା ପାଇଁ ପଶ୍ଚିମବଙ୍ଗ ଯାଇଥିଲେ ।

Leave a Reply