ରାଜ୍ୟର ୧୯ ଜିଲ୍ଲାରୁ ୨୦୫ କୋଭିଡ୍ ପଜିଟିଭ୍
1 min readଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୨୦୫ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୧୯ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୮୬ ଜଣ ସ୍ଥାନୀୟ ସଂକ୍ରମିତ । ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମଣ ମାମଲା ୧୦ ଲକ୍ଷ ୪୭ ହଜାର ୩କୁ ବୃଦ୍ଧି ପାଇଛି ।
Covid-19 Report For 20th November
New Positive Cases: 205
Of which 0-18 years: 45
In quarantine: 119
Local contacts: 86(Details of local contacts will be shared by concerned District)
1. Balasore: 5
2. Bargarh: 1
3. Balangir: 1
4. Boudh: 5
5. Cuttack: 10
6. Deogarh: 1— I & PR Department, Odisha (@IPR_Odisha) November 21, 2021
ରାଜ୍ୟରେ ସର୍ବାଧିକ ସଂକ୍ରମିତ ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହେଉଛନ୍ତି । ବାଲେଶ୍ୱରରୁ ୫ ଜଣ, ବରଗଡ଼ରୁ ଜଣେ, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ୫ ଜଣ, କଟକରୁ ୧୦ ଜଣ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ଜଣେ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କଳାହାଣ୍ଡିରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୦୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
New recoveries: 263
Cumulative tested: 23228186
Positive: 1047003
Recovered: 1036230
Active cases: 2327— I & PR Department, Odisha (@IPR_Odisha) November 21, 2021
ସେହିଭଳି ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ୪ ଜଣ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ଜଣେ ଏବଂ ଷ୍ଟେଟପୁଲରୁ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ୧୦ ଲକ୍ଷ ୩୬ ହଜାର ୨୩୦ ଜଣ କରୋନାରୁ ସୁସ୍ଥ ହୋଇଥିବା ବେଳେ ଏବେ ରାଜ୍ୟରେ ୨୩୨୭ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।