spot_img

Latest Posts

୨୪ ଘଣ୍ଟାରେ ୩ ହଜାର ୮୭ କୋଭିଡ୍ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ ୩ ହଜାର ଉପରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩ ହଜାର ୮୭ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୭୭୫ଟି ପଜିଟିଭ୍ ମାମଲା ଆସିଥିବା ବେଳେ ୧୩୧୨ଟି ମାମଲା ହେଉଛି ସ୍ଥାନୀୟ ସଂକ୍ରମଣ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୫୮୪ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୬୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି ।

ଅନୁଗୁଳରୁ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୪୬, ବରଗଡ଼ରୁ ୩୬, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୨୧, ବୌଦ୍ଧରୁ ୩୫, ଦେବଗଡ଼ରୁ ୩, ଢେଙ୍କାନାଳରୁ ୯୫, ଗଜପତିରୁ ୧୬,ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୬୦, ଯାଜପୁରରୁ ୨୦୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧୭, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୭୨, କୋରାପୁଟରୁ ୭୭, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୧୫୪, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୬, ପୁରୀରୁ ୧୮୯, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୩୧, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଓ ଷ୍ଟେଟପୁଲରୁ ୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୧୨ ହଜାର ୮୮୭କୁ ବୃଦ୍ଧି ପାଇଛି । ୩୧ ହଜାର ୨୩୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୭୭ ହଜାର ୫୪୦ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Latest Posts

Don't Miss