spot_img

Latest Posts

ରାଜ୍ୟର ୨୪ ଜିଲ୍ଲାରୁ ୩୭୪ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୭୪ ଜଣ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି ୨୧୮ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୫୬ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୮୨ ଜଣଙ୍କ ନୁମନା କୋଭିଡ୍ ପଜିଟିଭ୍ ଆସିଛି ।

ଅନୁଗୁଳରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୪, ବରଗଡ଼ରୁ ୪, ଭଦ୍ରକରୁ ୬, ବଲାଙ୍ଗିରରୁ ଜଣେ, କଟକରୁ ୧୭, ଦେବଗଡ଼ରୁ ୪, ଢେଙ୍କାନାଳରୁ ୨, ଗଜପତିରୁ ୨, ଗଞ୍ଜାମରୁ ୫, ଜଗତସିଂହପୁରରୁ ୧୧, ଯାଜପୁରରୁ ୧୩, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ଜଣେ, ମୟୂରଭଞ୍ଜରୁ ୨୨ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସେହିଭଳି ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୮, ପୁରୀରୁ ୭, ସମ୍ବଲପୁରରୁ ୧୦, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୯ ଓ ଷ୍ଟେଟପୁଲରୁ ୪୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୫୫୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୦ ହଜାର ୯୬୯କୁ ବୃଦ୍ଧି ପାଇଥିବା ବେଳେ ଏବେ ୪ ହଜାର ୩୮୦ ଜଣ ସକ୍ରିୟ ସଂକ୍ରମିତ ରହିଛନ୍ତି ।

Latest Posts

Don't Miss