ସଂକ୍ରମଣ ସହ ରାଜ୍ୟରେ ସବୁ ରେକର୍ଡ ଭାଙ୍ଗିଲା କରୋନା ମୃତ୍ୟୁ

2 min read
Odisha Reports Highest 19 Covid Death In Single Day

ଭୁବନେଶ୍ୱର: ହୁ ହୁ ହୋଇ ବଢ଼ି ଚାଲିଛି କରୋନା ମାମଲା । ରାଜ୍ୟରେ ମହାମାରୀ ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ସଂକ୍ରମଣ ମାମଲା ସର୍ବାକାଳୀନ ରେକର୍ଡ ଭାଙ୍ଗିଥିବା ବେଳେ ଦୈନିକ ମୃତ୍ୟୁ ମଧ୍ୟ ବଢ଼ିଛି । ଗତକାଲି ୧୨ ହଜାର ୨୩୮ଟି ସଂକ୍ରମଣ ମାମଲା ଚିହ୍ନଟ ହୋଇଥିବା ବେଳେ ୧୯ ଜଣଙ୍କ ମୃତ୍ୟୁ ହୋଇଛି ।

ଏଥିସହ ପଢ଼ନ୍ତୁ- ସବୁ ରେକର୍ଡ ଭାଙ୍ଗିଲା ସଂକ୍ରମଣ, ଦିନକରେ ୧୨ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଅନୁଗୁଳରୁ ଜଣେ, ଖୋର୍ଦ୍ଧାରୁ ୪ ଜଣ, ବଲାଙ୍ଗିରରୁ ଜଣେ, କଟକରୁ ଜଣେ, ଦେବଗଡ଼ରୁ ଜଣେ, ଗଞ୍ଜାମରୁ ୨ ଜଣ, ଗଜପତିରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ, ପୁରୀରୁ ୨ ଜଣ, ସୁନ୍ଦରଗଡ଼ରୁ ୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।

ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ଲକ୍ଷ ୧୨ ହଜାର ୪୦୦ ଅତିକ୍ରମ ରହିଛି । ଏଯାବତ୍ ୪ ଲକ୍ଷ ୨୩ ହଜାର ୨୫୭ ଜଣ ସଂକ୍ରମିତ କରୋନାକୁ ମାତ୍ ଦେଇଥିବା ବେଳେ ଏବେ ରାଜ୍ୟରେ ୮୬ ହଜାର ୯୫୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ୧୯ ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତ୍ୟୁ ୨୧୪୦କୁ ବୃଦ୍ଧି ପାଇଛି ।

ସଂକ୍ରମଣ ଭଳି ମୃତ୍ୟୁ ମାମଲାରେ ଆଗରେ ରହିଛି ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରେ । ରେଡ୍ ଜୋନରେ ଥିବା ଏହି ୨ ଜିଲ୍ଲାରେ ପ୍ରତିଦିନ ସର୍ବାଧିକ ସଂକ୍ରମିତ ମାମଲା ସହ ମୃତ୍ୟୁ ହେଉଛି ।

Leave a Reply