spot_img

Latest Posts

୨୪ ଘଣ୍ଟାରେ ଆଉ ୭୧୯ ପଜିଟିଭ୍, ୧୮ ବର୍ଷରୁ କମ୍ ୧୨୫ ଜଣ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ମାମଲା ହଜାରେ ଭିତରେ ରହୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ଆଉ ୭୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୧୨୫ ଜଣ ରହିଛନ୍ତି । କ୍ୱାରେଣ୍ଟାଇନରୁ ୪୨୨ଟି ମାମଲା ଚିହ୍ନଟ ହୋଇଥିବା ବେଳେ ୨୯୭ଟି ମାମଲା ସ୍ଥାନୀୟ ସଂକ୍ରମିତ ।

ଖୋର୍ଦ୍ଧାରୁ ସର୍ବାଧିକ ୨୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୮, ବାଲେଶ୍ୱରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୧୯, ବଲାଙ୍ଗିରରୁ ୩, ବୌଦ୍ଧରୁ ୬, କଟକରୁ ୮୯, ଦେବଗଡ଼ରୁ ୯, ଢେଙ୍କାନାଳରୁ ୧୪, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୩, ଯାଜପୁରରୁ ୨୭, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୩, କୋରାପୁଟରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ମୟୂରଭଞ୍ଜରୁ ୩୦, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୧, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୨, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୯ ଏବଂ ଷ୍ଟେଟପୁଲରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୮ ହଜାର ୪୬୯କୁ ବୃଦ୍ଧି ପାଇଛି । କରୋନାକୁ ୯ ଲକ୍ଷ ୯୩ ହଜାର ୨୩୫ ଜଣ ମାତ୍ ଦେଇଥିବା ବେଳେ ଏବେ ରାଜ୍ୟରେ ୭ ହଜାର ୧୫୯ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

Latest Posts

Don't Miss