ରାଜ୍ୟର ୨୦ ଜିଲ୍ଲାରୁ ଆଉ ୧୬୦ ଜଣ ପଜିଟିଭ୍
1 min readଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ଭିତରେ ରହିଛି କୋଭିଡ୍ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟର ୨୦ ଜିଲ୍ଲାରୁ ଆଉ ୧୬୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୨୦ ଜଣ ଅଛନ୍ତି । ୯୪ ଜଣ ସଂକ୍ରମିତ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଲେ ୬୬ଟି ମାମଲା ସ୍ଥାନୀୟ ସଂକ୍ରମଣ ।
Covid-19 Report For 11th December
New Positive Cases: 160
Of which 0-18 years: 20
In quarantine: 94
Local contacts: 66(Details of local contacts will be shared by concerned District)
1. Angul: 1
2. Balasore: 1
3. Bargarh: 2
4. Bhadrak: 2
5. Cuttack: 7
6. Deogarh: 1— I & PR Department, Odisha (@IPR_Odisha) December 12, 2021
ଖୋର୍ଦ୍ଧାରୁ ସର୍ବାଧିକ ୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ଜଣେ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨ ଜଣ, କଟକରୁ ୭ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୫ ଜଣ, ଝାରସୁଗୁଡ଼ାରୁ ଜଣେ, କେନ୍ଦ୍ରାପଡ଼ାରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
New recoveries: 205
Cumulative tested: 24417127
Positive: 1051574
Recovered: 1041132
Active cases: 1955— I & PR Department, Odisha (@IPR_Odisha) December 12, 2021
ସେହିଭଳି ମୟୂରଭଞ୍ଜରୁ ୫ ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ଜଣେ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଏବଂ ଷ୍ଟେଟପୁଲରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୫୧ ହଜାର ୫୭୪କୁ ବୃଦ୍ଧି ପାଇଛି । ଏବେ ୧୯୫୫ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୧୦ ଲକ୍ଷ ୪୧ ହଜାର ୧୩୨ ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।