୧୬ ଜିଲ୍ଲାରୁ ୨୧୨ କୋଭିଡ୍ ସଂକ୍ରମିତ ଚିହ୍ନଟ, କେନ୍ଦୁଝର କୋଭିଡ୍ ମୁକ୍ତ

1 min read
Odisha Reports New 212 Corona Cases In Last 24 Hours

ଭୁବନେଶ୍ୱର: କମୁଛି କରୋନା ସଂକ୍ରମଣ, କୋଭିଡ୍ ମୁକ୍ତ ହେଉଛି ଜିଲ୍ଲା । ଗତ ୨୪ ଘଣ୍ଟାରେ ରାଜ୍ୟର ୧୬ ଜିଲ୍ଲାରୁ ଆଉ ୨୧୨ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୧୨୩ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮୯ଟି ମାମଲା ସ୍ଥାନୀୟ ସଂକ୍ରମଣ ।

ଖୋର୍ଦ୍ଧା ଜିଲ୍ଲାରେ ଦୈନିକ ସଂକ୍ରମଣ ମାମଲା ଶହେ ତଳକୁ ଖସିଥିବା ବେଳେ ୯୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବାଲେଶ୍ୱରରୁ ୩ ଜଣ, ଭଦ୍ରକରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ଜଣେ, କୋରାପୁଟରୁ ୨ ଜଣ, ମୟୂରଭଞ୍ଜରୁ ୧୩ ଜଣ, ନୟାଗଡ଼ରୁ ଜଣେ, ପୁରୀରୁ ୯ ଜଣ, ସମ୍ବଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ଜଣେ, ୩୯ ଜଣ ଏବଂ ଷ୍ଟେଟପୁଲରୁ ୨୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ରାଜ୍ୟର ଏକମାତ୍ର ଜିଲ୍ଲା ଭାବେ ଏବେ କେନ୍ଦୁଝରରେ କେହି କରୋନା ସଂକ୍ରମିତ ନାହାଁନ୍ତି । କେନ୍ଦୁଝର ଜିଲ୍ଲା ସମ୍ପୂର୍ଣ୍ଣ କୋଭିଡ୍ ମୁକ୍ତ ରହିଛି । ଏତଦବ୍ୟତୀତ ଆଜି ରାଜ୍ୟର ୧୪ ଜିଲ୍ଲାରୁ ଗୋଟିଏ ବି କରୋନା ସଂକ୍ରମିତ ମାମଲା ଆସିନାହିଁ । ଏଯାବତ୍ ରାଜ୍ୟରେ ୧୦ ଲକ୍ଷ ୪୭ ହଜାର ୩୮୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦ ଲକ୍ଷ ୩୬ ହଜାର ୭୪୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୨୧୯୧ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

Leave a Reply