ରାଜ୍ୟର ୨୦ ଜିଲ୍ଲାରୁ ଆଉ ୨୪୭ କୋଭିଡ୍ ପଜିଟିଭ୍
1 min readଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪୭ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୩୭ ଜଣ ଆକ୍ରାନ୍ତ ରହିଛନ୍ତି । କ୍ୱାରେଣ୍ଟାଇନରୁ ୧୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି । କେବଳ ଖୋର୍ଦ୍ଧା ଜିଲ୍ଲାରେ ଦୈନିକ ସଂକ୍ରମଣ ମାମଲା ୩ ଅଙ୍କ ରହିଥିବା ବେଳେ କଟକ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ୨ ଅଙ୍କ ରହିଛି ।
Covid-19 Report For 12th November
New Positive Cases: 247
Of which 0-18 years: 37
In quarantine: 144
Local contacts: 103(Details of local contacts will be shared by concerned District)
1. Balasore: 2
2. Bargarh: 1
3. Bhadrak: 2
4. Cuttack: 22
5. Deogarh: 7
6. Dhenkanal: 2— I & PR Department, Odisha (@IPR_Odisha) November 13, 2021
ବାଲେଶ୍ୱରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ଭଦ୍ରକରୁ ୨ ଜଣ, କଟକରୁ ୨୨, ଦେବଗଡ଼ରୁ ୭, ଢେଙ୍କାନାଳରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୯, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୭, ଖୋର୍ଦ୍ଧାରୁ ୧୧୫, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
20. Sundargarh: 8
21. State Pool: 26New recoveries: 339
Cumulative tested: 22778231
Positive: 1045209
Recovered: 1033991
Active cases: 2790— I & PR Department, Odisha (@IPR_Odisha) November 13, 2021
ସେହିଭଳି ପୁରୀରୁ ୨, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୮, ଷ୍ଟେଟପୁଲରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୩୩୯ ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୯୯୧ ଜଣ ଆରୋଗ୍ୟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୦୯କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨୭୯୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।