ରାଜ୍ୟର ୨୦ ଜିଲ୍ଲାରୁ ଆଉ ୨୪୭ କୋଭିଡ୍ ପଜିଟିଭ୍

1 min read
Odisha Reports New 247 Covid19 Positive Cases

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୪୭ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରେ ଶୂନରୁ ୧୮ ବର୍ଷ ମଧ୍ୟରେ ୩୭ ଜଣ ଆକ୍ରାନ୍ତ ରହିଛନ୍ତି । କ୍ୱାରେଣ୍ଟାଇନରୁ ୧୪୪ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୦୩ ଜଣ ସ୍ଥାନୀୟ ସଂକ୍ରମଣ ମାମଲା ଆସିଛି । କେବଳ ଖୋର୍ଦ୍ଧା ଜିଲ୍ଲାରେ ଦୈନିକ ସଂକ୍ରମଣ ମାମଲା ୩ ଅଙ୍କ ରହିଥିବା ବେଳେ କଟକ, ମୟୂରଭଞ୍ଜ, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ଦୈନିକ ସଂକ୍ରମଣ ୨ ଅଙ୍କ ରହିଛି ।

ବାଲେଶ୍ୱରରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ଜଣେ, ଭଦ୍ରକରୁ ୨ ଜଣ, କଟକରୁ ୨୨, ଦେବଗଡ଼ରୁ ୭, ଢେଙ୍କାନାଳରୁ ୨, ଗଜପତିରୁ ୨, ଜଗତସିଂହପୁରରୁ ୯, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ଜଣେ, କେନ୍ଦ୍ରାପଡ଼ାରୁ ୭, ଖୋର୍ଦ୍ଧାରୁ ୧୧୫, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୧୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି ପୁରୀରୁ ୨, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୩, ସୁନ୍ଦରଗଡ଼ରୁ ୮, ଷ୍ଟେଟପୁଲରୁ ୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ୩୩୯ ଜଣ ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ମୋଟ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୩ ହଜାର ୯୯୧ ଜଣ ଆରୋଗ୍ୟ ହୋଇଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୫ ହଜାର ୨୦୯କୁ ବୃଦ୍ଧି ପାଇଛି । ଏବେ ରାଜ୍ୟରେ ୨୭୯୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।

Leave a Reply