ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ, ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ

1 min read

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ପ୍ରବାହ। ଏହାର ପ୍ରଭାବରେ ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେଉଛି। ଆସନ୍ତାକାଲି ଯାଏଁ ଏଭଳି ବର୍ଷା ଜାରି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ବର୍ଷା ପାଇଁ ପଶ୍ଚିମ ଓ ଉତ୍ତର ଓଡ଼ିଶାକୁ ସତର୍କତା ଜାରି ହୋଇଛି।

ଏଥିପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ଢେଙ୍କାନାଳ, ମୟୂରଭଞ୍ଜ ଓ କଟକକୁ ପ୍ରବଳ ବର୍ଷା ପାଇଁ ଆଲର୍ଟ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସବୁ ଜିଲ୍ଲାରେ ୭୦-୧୧୦ମିମି ବର୍ଷା ସମ୍ଭାବନା ରହିଛି । ୧ ସେପ୍ଟେମ୍ବରରୁ ଏବେ ଯାଏ ରାଜ୍ୟରେ ୮୪.୬ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ବାଭାବିକ ବର୍ଷା ୭୦.୪ ମିମି ତୁଳନାରେ ୨୦% ଅଧିକ।