ଆଜିଠୁ ପୁଣି ଭିଜିବ ଓଡ଼ିଶା, ୧୧ରୁ ବଢ଼ିବ ବର୍ଷା

ଭୁବନେଶ୍ୱର: ଓଡ଼ିଶାର ପିଛା ଛାଡୁନି ପଶ୍ଚିମା ଝଡ । ଆଜିଠୁ ପୁଣି ଭିଜିବ ଓଡ଼ିଶା । ପଶ୍ଚିମା ଝଡ ପ୍ରଭାବରେ ବିଭିନ୍ନ ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରଭାବ ପଡ଼ିବ । ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ପଶ୍ଚିମା ଝଡ ପ୍ରଭାବରେ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ ଦୁଇଟି ସ୍ଥାନରେ ଘଡଘଡି ବିଜୁଳି ସହ ବର୍ଷା ହେବ । ୧୧ ତାରିଖରେ ବର୍ଷାର ପରିମାଣ ବଢିବ । ଓଡ଼ିଶାକୁ ପ୍ରବେଶ କରୁଥିବା ଉଷ୍ମ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରଭାବରେ ଏଭଳି ପାଗ ସୃଷ୍ଟି ହୋଇଛି । ବର୍ଷା ସହିତ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି ପଡ଼ିବ । ଏଥିପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

Leave a Reply