୧୫ରୁ ବଢିବ ଶୀତ, ଜାଡରେ ଥରିବ ସାରା ଓଡ଼ିଶା

1 min read

ଭୁବନେଶ୍ବର: ରାଜ୍ୟରେ ବଢିବ ଶୀତ, ଜାଡରେ ଥରିବ ସାରା ଓଡ଼ିଶା । ୧୫ରୁ ରାଜ୍ୟରେ ବଢିବ ଶୀତ । ଦିନ ସହ କମିବ ରାତିର ତାପମାତ୍ରା। ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାଜ୍ୟର ଅଧିକାଂଶ ଜିଲ୍ଲାରେ ମେଘୁଆ ପାଗ ସହ ଶୀତୁଆ ପବନ ଅନୁଭୂତ ହେଉଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝରରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।ଶୀତ ଆସିବାରେ ଯଥେଷ୍ଟ ବିଳମ୍ୱ ହୋଇଥିବାବେଳେ ଆସନ୍ତା ୧୫ ତାରିଖରୁ ରାଜ୍ୟରେ ଶୀତ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗାମୀ ଦୁଇରୁ ତିନି ଦିନ ମଧ୍ୟରେ ରାଜ୍ୟରେ ବଢିବ ଶୀତ। ରାତିରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ଖସିବ। ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ କାରଣରୁ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପଶ୍ଚିମଦିଗକୁ ଗତି କରି ତାମିଲନାଡୁ ଓ ଶ୍ରୀଲଙ୍କା ଉପକୂଳ ଆଡେ ଗତି କରିବ ବୋଲି ଆଶଙ୍କା କରିଛି ଭାରତୀୟ ପାଣିପାଗ ବିଭାଗ । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲ୍ଲାରେ ବର୍ଷା ହୋଇପାରେ । ଆଜି ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷାର ସମ୍ଭାବନା ରହିଛି। ୧୩ ତାରିଖରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ବାୟୁମଣ୍ଡଳରେ ଆର୍ଦ୍ରତା କମିବା ସହ ଉତ୍ତର ଦିଗରୁ ଥଣ୍ଡା ପବନ ପ୍ରବାହ ବଢିବ । ପ୍ରଭାବରେ ରାତିର ତାପମାତ୍ରା ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ କମିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।