ରାଜ୍ୟରେ ୪ ଲକ୍ଷ ଟପିଲା କରୋନା ସଂକ୍ରମଣ ମାମଲା, ଆଉ ୮ ଜଣଙ୍କ ମୃତ୍ୟୁ
1 min readଭୁବନେଶ୍ୱର: ରାଜ୍ୟରେ ଗତ ୩ ଦିନ ଧରି ୬ ହଜାରରୁ ଅଧିକ ଦୈନିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪ ଲକ୍ଷ ପାର୍ କରିଛି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ଆଉ ୮ ମୁଣ୍ଡ ନେଇଛି କରୋନା । ଏଥିସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୯୮୧କୁ ବୃଦ୍ଧି ପାଇଛି । ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭଦ୍ରକରୁ ଜଣେ, ବଲାଙ୍ଗିରରୁ ଜଣେ, କଟକରୁ ଜଣେ, ନୂଆପଡ଼ାରୁ ଜଣେ ଓ ସୁନ୍ଦରଗଡ଼ରୁ ୨ ଜଣ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି ।
ଏଥିସହ ପଢ଼ନ୍ତୁ- ସବୁ ରେକର୍ଡ ଭାଙ୍ଗିଲା ସଂକ୍ରମଣ, ଲଗାତାର ତୃତୀୟ ଦିନରେ ୬ ହଜାର ଉପରେ ମାମଲା
ବାଲେଶ୍ୱରରେ ଜଣଙ୍କର ମୃତ୍ୟୁକୁ ମିଶାଇ ଜିଲ୍ଲାରେ କୋଭିଡ୍ ମୃତ୍ୟୁ ୯୮କୁ ବୃଦ୍ଧି ପାଇଥିବା ବେଳେ ଜିଲ୍ଲାରେ ଏବେ ୮୩୬ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । ସେହିଭଳି ବରଗଡ଼ ଜିଲ୍ଲାରେ ଜଣଙ୍କ ମୃତ୍ୟୁକୁ ମିଶାଇ ଜିଲ୍ଲାରେ ମୃତ୍ୟୁସଂଖ୍ୟା ୪୪କୁ ବୃଦ୍ଧି ପାଇଛି । ଭଦ୍ରକରେ ମୋଟ କୋଭିଡ୍ ମୃତ୍ୟୁ ୨୭କୁ ବୃଦ୍ଧି ପାଇଥିବା ବେଳେ ବଲାଙ୍ଗିରରେ ଜଣଙ୍କ ମୃତ୍ୟୁକୁ ମିଶାଇ ମୃତ୍ୟୁ ସଂଖ୍ୟା ୪୯ରେ ପହଞ୍ଚିଛି ।
3.A 40 years old male of Baragarh district.
4.A 38 years old male of Bhadrak district.
5.A 65 years old female of Cuttack district who was also suffering from Diabetes Mellitus, Hypertension, Asthma & Hypothyroidsim.
6.A 60 years male of Nuapada district.
— H & FW Dept Odisha (@HFWOdisha) April 24, 2021
କଟକରେ ଏବେ ୨ ହଜାର ୫୨୭ ଜଣ ସକ୍ରିୟ ସଂକ୍ରମିତ ରହିଥିବା ବେଳେ ଗୋଟିଏ ମୃତ୍ୟୁକୁ ମିଶାଇ ଜିଲ୍ଲାରେ କୋଭିଡ୍ ମୃତ୍ୟୁସଂଖ୍ୟା ୧୪୪କୁ ବୃଦ୍ଧି ପାଇଛି । ନୂଆପଡ଼ାରେ ଗୋଟିଏ ମୃତ୍ୟୁକୁ ମିଶାଇ ମୋଟ ମୃତ୍ୟୁସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଜିଲ୍ଲାରେ ଏବେ ୨ ହଜାର ୪୯୩ଟି ସକ୍ରିୟ ମାମଲା ରହିଛି । ସୁନ୍ଦରଗଡ଼ ଜିଲ୍ଲାରୁ ୨ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ମୃତ୍ୟୁସଂଖ୍ୟା ୧୮୦କୁ ବୃଦ୍ଧି ପାଇଛି । ଏବେ ଜିଲ୍ଲାରେ ୫ ହଜାର ୮୨୬ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି ।