ବିଶ୍ୱ ଦେଖିବ ଓଡ଼ିଶା ପର୍ଯ୍ୟଟନ, ଆଜିଠୁ ଓଡ଼ିଶା ଟ୍ରାଭେଲ ବଜାର

1 min read

ଭୁବନେଶ୍ୱର: ବିଶ୍ୱ ଦେଖିବ ଓଡ଼ିଶାର ପର୍ଯ୍ୟଟନ । ଆଜିଠୁ ଆରମ୍ଭ ହେଉଛି ଓଡ଼ିଶା ଟ୍ରାଭେଲ ବଜାରର ଚତୁର୍ଥ ସଂସ୍କରଣ । ଘରୋଇ ଓ ବିଦେଶୀ ଟୁର୍ ଅପରେଟରଙ୍କ ମଧ୍ୟରେ ଓଡ଼ିଶା ପର୍ଯ୍ୟଟନର ପ୍ରଚାର ପ୍ରସାର ପାଇଁ ଏହାକୁ ଗୁରୁତ୍ୱ ଦିଆଯାଉଛି । ପର୍ଯ୍ୟଟନ ବିଭାଗ ଓ ଶିଳ୍ପ ସଂଘ ଫିକିର ମିଳିତ ଉଦ୍ୟମରେ ଆୟୋଜିତ ୩ ଦିନିଆ କାର୍ଯ୍ୟକ୍ରମକୁ ଉଦଘାଟନ୍ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡ଼ିଶା ହେଉଛି ପ୍ରାକୃତିକ ସଂପଦର ଗନ୍ତାଘର । ସାରା ବିଶ୍ୱର ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ଲାଗି ଓଡ଼ିଶା ପାଖରେ ପୂର୍ଣ୍ଣ ସମ୍ଭାବନା ରହିଛି । ସେହି ସମ୍ଭାବନା ବିଷୟରେ ଦେଶ  ଓ ବିଦେଶର ଟୁର ଅପରେଟରମାନଙ୍କୁ ଜଣାଇବା ଲାଗି ଆୟୋଜିତ ହେଉଛି ଓଡ଼ିଶା ଟ୍ରାଭେଲ ବଜାର ।

ଚତୁର୍ଥ ସଂସ୍କରଣରେ ୨୫ଟି ବିଦେଶୀ ଏବଂ ଭାରତର ୮୩ ଟୁର ଅପରେଟର ଅଂଶଗ୍ରହଣ କରିବେ । ଟୁର୍ ଅପରେଟରମାନଙ୍କୁ ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନସ୍ଥଳୀ ପରିଦର୍ଶନରେ ନିଆଯିବ । ନିବେଶକ ଏବଂ ଏୟାରଲାଇନ୍ସମାନଙ୍କ ସହ ବି-2-ଜି ବୈଠକ ଆୟୋଜନ କରାଯିବାର କାର୍ଯ୍ୟକ୍ରମ ରହିଛି । ଏହି ଅବସରରେ ୩ ଦିନିଆ ପ୍ରଦର୍ଶନୀ ଆୟୋଜନ କରାଯିବ । ଯେଉଁଥିରେ ବିକ୍ରେତାମାନେ ସେମାନଙ୍କ ଉତ୍ପାଦ ଓ ଯୋଜନା ଗୁଡ଼ିକୁ ପ୍ରଦର୍ଶନ କରିବାର ସୁଯୋଗ ପାଇବେ ।