ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଖରା ସହ ଆକ୍ତାମାକ୍ତା କରିବ ଘନ କୁହୁଡି

ନନ୍ଦିଘୋଷ ବ୍ୟୁରୋ: ଖରା ସହ ଆକ୍ତାମାକ୍ତା କରିବ ଘନ କୁହୁଡି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ଘନ କୁହୁଡି ନେଇ ସତର୍କତା ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ପାଇଁ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସୁନ୍ଦରଗଡ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ୨୭ ତାରିଖରେ ବି ଘନ କୁହୁଡି ନେଇ ସୁନ୍ଦରଗଡ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟରରୁ କମ୍ ରହିବ ଭିଜିବିଲିଟି । କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ଘନ କୁହୁଡି ସମୟରେ ସଂପୃକ୍ତ ଜିଲ୍ଲାର ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି । ଘନ କୁହୁଡି ସହ ଦିନ ଏବଂ ରାତିର ତାପମାତ୍ରା ବୃଦ୍ଧି ହେବ । ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶା ସମେତ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡିକରେ ଦିନର ତାପମାତ୍ରା ୩୫ ଡିଗ୍ରୀ ଛୁଇଁପାରେ