ଘୂର୍ଣ୍ଣିବଳୟ ପ୍ରଭାବରେ ଲାଗି ରହିଛି ବର୍ଷା, ୨୪ ଘଣ୍ଟା ଆହୁରି ବର୍ଷିବ

1 min read

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ ଏବଂ ଅନୁଗୁଳ ଜିଲ୍ଳା ଗୁଡ଼ିକରେ ବର୍ଷା ଓ ବଜ୍ରପାତ ବିପଦଥିବା ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଏହା ସହିତ କଳାହାଣ୍ଡି, ନବରଙ୍ଗପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡା, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର, ଏବଂ ବାଲେଶ୍ୱର ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରଯାଇଛି  । ଗତ ୨୪ଘଣ୍ଟାରେ ସମ୍ବଲପୁର ଯୁଜୁମୁରା ଠାରେ ସର୍ବାଧିକ ୨୮୫.୦୦ ମିମି ବର୍ଷା ଜଳ ରେକର୍ଡ କରାଯାଇଛି । ଉତ୍ତର ଓଡ଼ିଶାର ପ୍ରାୟ ଜିଲ୍ଲାରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଛି ।

ତେବେ ଆଜିଠାରୁ ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ପ୍ରାୟ  ସ୍ଥାନରେ  ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବରଗଡ, ଝାରସୁଗୁଡା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ ଏବଂ ଅନୁଗୁଳ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

କଳାହାଣ୍ଡି, ନବରଙ୍ଗପୁର, କଟକ, ଢେଙ୍କାନାଳ, ଖୋର୍ଦ୍ଧା, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଜଗତସିଂହପୁର, କେନ୍ଦୁଝର ଏବଂ  ବାଲେଶ୍ୱର ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ  ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରଯାଇଛି ।

ତେବେ ଆଗାମୀ ୦୬ ତାରିଖ ଠାରୁ ଉତ୍ତର ଓଡ଼ିଶାର ଅନେକ  ସ୍ଥାନରେ  ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଦକ୍ଷିଣ ଓଡ଼ିଶାରେ କିଛି-କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ  ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply