ପୁଣି ଲଘୁଚାପ, ୪ ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ପାଗ ଶୁଖିଲା ଥିବା ବେଳେ ୧୩ଟି ସହର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି । ଆସନ୍ତା ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୭ଟି ଜିଲ୍ଳାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା କରାଯାଇଛି ।

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ଆଶଙ୍କା କରାଯାଇଛି । ସେହିପରି ଗୁରୁବାର ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, କଟକ, କେନ୍ଦୁଝର ଓ ମୟୂରଭଞ୍ଜର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଥିବା ଦେଖାଯାଇଛି ।

୧୧ତାରିଖ ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜର କିଛି କିଛି ସ୍ଥାନରେ ଏବଂ ୧୨ ତାରିଖ ଦିନ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରର ଗୋଟିଏ ଦୁଇଟି ସ୍ଥାନରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି । ଏଣୁ ଆସନ୍ତା ୪ ଦିନ ପାଇଁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave a Reply