୭ରେ ବଙ୍ଗୋପସାଗରରେ ସୃଷ୍ଟିହେବ ଲଘୁଚାପ !

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା । ରାଜଧାନୀ ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ବିଜୁଳି ସହିତ ବର୍ଷା ହେଉଛି । ଖୋର୍ଦ୍ଦା, ଯାଜପୁର, ନୂଆପଡ଼ା, ବଲାଙ୍ଗୀର, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁରରେ କାଳବୈଶାଖୀ ତାଣ୍ଡବ ଦେଖିବାକୁ ମିଳିଛି । କିଛି ସ୍ଥାନରେ ତାପମାତ୍ରା ବୃଦ୍ଧି ହେବା ନେଇ ପାଣିପାଗ ବିଭାଗ କହିଛି । ଏଥିସହ ଜଳୀୟବାଷ୍ପ ମତ୍ରା ଅଧିକ ରହୁଥିବାରୁ ରାଜ୍ୟରେ ଗୁଳୁଗୁଳି ମାତ୍ରା ଅଧିକ ଅନୁଭୂତ ହେବ ।

ସେପଟେ ସମ୍ଭାବ୍ୟ ବାତ୍ୟାକୁ ନେଇ ବର୍ତ୍ତମାନ ସୁଦ୍ଧା ଓଡ଼ିଶା ପାଇଁ କୌଣସି ୱାର୍ଣିଙ୍ଗ ଜାରି ହୋଇନି । ୬ ତାରିଖ ପାଖାପାଖି ଏକ ଘୂର୍ଣିବଳୟ ବାୟୁମଣ୍ଡଳରେ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ୭ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଯାହାକି ବଙ୍ଗୋପସାଗରରୁ ଧୀରେ ଧୀରେ ଉତ୍ତର ଆଡ଼କୁ ଗତି କରିବ । ଏବେ ଠାରୁ ଏହାର ତୀବ୍ରତା ଓ ଗତିପଥ ଆକଳନ କରାଯାଇପାରୁନାହିଁ । ଓଡ଼ିଶା ଉପରେ ଏହାର ପ୍ରଭାବ ନାହିଁ ବୋଲି କହିଛନ୍ତି ଆଇଏମଡି ଡିଜି ।