ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ବର: ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡଘଡି ବିଜୁଳି ସହ ବର୍ଷା ସମ୍ଭାବନା । ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଥିବା ବେଳେ ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଛି । ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବଜ୍ରପାତ ଜନିତ ବର୍ଷା ହେବ ବୋଲି ଆକଳନ କରାଯାଇଛି । ଘଡଘଡି ବିଜୁଳି ସହ ବର୍ଷା ନେଇ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କେନ୍ଦ୍ରାପଡାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆସନ୍ତାକାଲି ଉତ୍ତର ଆଭ୍ୟନ୍ତରୀଣ ସହ ଉପକୂଳ ଓଡ଼ିଶାର ୧୧ଟି ଜିଲ୍ଲାକୁ ମଧ୍ୟ ବଜ୍ରପାତ ବର୍ଷା ନେଇ ସତର୍କତା ଜାରି କରାଯାଇଛି । ୧୫ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ପ୍ରବଳ ବର୍ଷା ନେଇ ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ ଯାଜପୁର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୧୬ ତାରିଖରେ ପଶ୍ଚିମ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ କରାଇଛି ପାଣିପାଗ କେନ୍ଦ୍ର । ବିଶେଷ କରି ୭୦ ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ନେଇ ଆକଳନ କରାଯାଇଛି ।