ଗରମରେ ଲାଗିବ ବ୍ରେକ୍, ଏହିସବୁ ଜିଲ୍ଲାରେ ବର୍ଷା ସମ୍ଭାବନା

ନନ୍ଦିଘୋଷ ବ୍ୟୁରୋ: କାଲିଠୁ ଗରମରୁ ମିଳିବ ଆଶ୍ବସ୍ତି ।  ପଶ୍ଚିମା ଝଡ ଆଣିବ ବର୍ଷା । ଭିଜିବ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା । ଘଡଘଡି ବିଜୁଳି ସହ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ବର୍ଷା ସହ ପବନ ନେଇ ବି ସତର୍କତା ଜାରି କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ପଶ୍ଚିମା ଝଡ ପ୍ରଭାବରେ କାଲିଠୁ ଦୁଇ ଦିନ ରାଜ୍ୟରେ ଘଡଘଡି ବିଜୁଳି ସହ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏଥିପାଇଁ କାଲି  ୬ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାରେ ବଜ୍ରପାତ ନେଇ ସତର୍କତା ଜାରି କରାଯାଇଛି । ସେହିଭଳି ସେହିପରି ୨୦ ରେ ବଜ୍ରପାତ ନେଇ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, ଭଦ୍ରକ, ବାଲେଶ୍ବର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି । ସେପଟେ ଆଜି ବି ରାଜ୍ୟରେ ଜାରି ରହିବ ତାତି । ସ୍ବାଭାବିକ ଠାରୁ ୨ ରୁ ୪ ଡିଗ୍ରୀ ଉପରେ ରହିବ ପାରଦ । ରାଜଧାନୀ ଭୁବନେଶ୍ବର ସମେତ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, ମାଲକାନଗିରି, ଗଜପତି, ଭଦ୍ରକ, ଜଗତସିଂହପୁର ଜିଲ୍ଲାରେ ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଉପରେ ପାରଦ ରହିବ ବୋଲି  ଆକଳନ କରାଯାଇଛି । ଏହି ସବୁ ଜିଲ୍ଲାରେ ୩୫ ରୁ ୩୮ ଡିଗ୍ରୀ ମଧ୍ୟରେ ଦିନର ତାପମାତ୍ରା ରେକର୍ଡ ହୋଇପାରେ । ମେଘମୁକ୍ତ ଆକାଶ ଏବଂ ସୂର୍ଯ୍ୟଙ୍କ ତେଜ ପାଇଁ ତାତି ବୃଦ୍ଧି ପାଇଛି ।