spot_img

Latest Posts

ଜାଣନ୍ତୁ କେଉଁଠି କେମିତି ରହିବ ପାଗ

ଭୁବନେଶ୍ବର: ଓଡ଼ିଶାରେ ଲାଗିଛି ଖରା ଛାଇର ଖେଳ । ଉପକୂଳ ଓଡ଼ିଶାରେ ପାଗ ଶୁଖିଲା ସହ ପ୍ରବଳ ଖରା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ମେଘୁଆ ପାଗ ସହ ହାଲୁକା ବର୍ଷା । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଲାଗି ରହିବ ଏଭଳି ପାଗ। ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଗୁରୁଚାପ ବଳୟ ସହ ବାୟୁମଣ୍ଡଳର ଉପରିଭାଗରେ ଥିବା ନିମ୍ନ ଚାପରେଖା ପ୍ରଭାବରେ ଏଭଳି ପାଗ ଲାଗି ରହିଛି। କାଲି ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ ଏବଂ ବାଲେଶ୍ବରରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଓଡ଼ିଶାର ସ ବୁ ଜିଲ୍ଲାରେ ପାଗ ମୁଖ୍ୟତ ଶୁଖିଲା ରହିବ। ୧୬ ତାରିଖରେ ପଶ୍ଚିମ ଓଡ଼ିଶାର ୪ଟି ଜିଲ୍ଲାରେ ହାଲୁକା ବର୍ଷା ହୋଇପାରେ। ବର୍ଷା ସହ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିବ। ଏଥିପାଇଁ କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର ଏବଂ ନୟାଗଡକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଏହି  ସ ବୁ ଜିଲ୍ଲାରେ ଦୃଶ୍ୟମାନ କ୍ଷମତା ୫୦ ରୁ ୨ଶହ ମିଟର ରହିବ। ତେଣୁ ମଧ୍ୟରାତ୍ରିରୁ ସକାଳ ପର୍ଯ୍ୟନ୍ତ ଯାନାବାହନ ଚଳାଚଳରେ ସତର୍କତା ଅବଲମ୍ବନ କରିବା ପାଇଁ ପରାମର୍ଶ ଦିଆଯାଇଛି। ଦୁଇ ଦିନ ପରେ ପାଗରେ ପରିବର୍ତ୍ତନ ହେବା ସହ ତାପମାତ୍ରା ବଢିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ରାତ୍ରୀର ତାପମାତ୍ରାରେ କୌଣସି ପରିବର୍ତ୍ତନ ନ ହେଲେ ବି ଦିନରେ ସ୍ବାଭାବିକ ଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ।

Latest Posts

Don't Miss