ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ଏକ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଆଭ୍ୟନ୍ତରୀଣ ଓଡିଶା ଉପର ବାୟୁମଣ୍ଡଳର ୪.୫ କିମିରୁ ୫.୮ କିମି ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୨ ଦିନ ରାଜ୍ୟରେ ବିସ୍ତୃତି ବର୍ଷା ହେବ । ୭ ତାରିଖ ଯାଏଁ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆଜି ଓ ଆସନ୍ତାକାଲି କିଛି ଜିଲ୍ଲାରେ ବିଜୁଳି ଘଡଘଡି ଜନିତ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୧୭ ଜିଲ୍ଲାକୁ ସତର୍କତା ଜାରି ହୋଇଛି ।