ଆଜିଠାରୁ ରାଜ୍ୟ‌‌‌ରେ ପ୍ରବଳ ବର୍ଷା, ଓଡ଼ିଶାର ଅଧା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟ‌‌‌ରେ ପ୍ରବଳ ବର୍ଷା ହେବ । ଆଜି ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଏବଂ କାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ସମ୍ବଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲାଗୁଡ଼ିକ ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି ।

ସୂଚନା ଅନୁସାରେ ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଲଘୁଚାପ ଯଦି ସମ୍ପୂର୍ଣ୍ଣ ମାତ୍ରାରେ ସକ୍ରିୟ ହୁଏ ତେବେ ରାଜ୍ୟରେ ଆଜିଠାରୁ ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି । ଯଦି ଏହି ଲଘୁଚାପ ସକ୍ରିୟ ନହୁଏ ତେବେ ବର୍ଷାର ମାତ୍ରା କମି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ତେବେ ଯଦି ଏହି ଲଘୁଚାପ ସକ୍ରିୟ ହେବ ତେବେ ଆଜି ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏବଂ ଏହା କେତେ ସକ୍ରିୟ ରହିବ ତାହା ବୁଧବାର ସକାଳ ସୂଦ୍ଧା ଜଣା ପଡ଼ିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

Leave a Reply