ରାଜ୍ଯରେ କାଳବୈଶାଖୀ ବର୍ଷା ଜାରି, ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର : ଆଗାମୀ ୪ ଦିନ ଯାଏ ରାଜ୍ୟରେ ବର୍ଷା ଜାରି ରହିବ । ପ୍ରବଳ ବର୍ଷା ପାଇଁ ଆଜି ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରିଛି ପାଣିପାଗ କେନ୍ଦ୍ର । ଓଡିଶା ଠାରୁ ଦକ୍ଷିଣ ପୂର୍ବ ରାଜସ୍ଥାନ ଓ ଛତିଶଗଡ଼ ଉପର ଦେଇ ଏକ ଟ୍ରପ ଲାଇନ ରହୁଛି । ଏହାର ପ୍ରଭାବରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ଜାରି ରହିଥିବାବେଳେ ମୟୁରଭଞ୍ଜ କେନ୍ଦୁଝର, ଅନୁଗୁଳ, କନ୍ଧମାଳ, ଗଂଜାମ, ଗଜପତି ଓ ରାୟଗଡା ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପବନର ବେଗ ୪୦ ରୁ ୫୦ କିଲୋମିଟର ରହିବା ସହ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ।

ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାଗୁଡିକର କିଛି କିଛି ସ୍ଥାନରେ ମଧ୍ୟ ସମାନ ସ୍ଥିତି ରହିବ । ସେହିପରି କାଲି ମୟୁରଭଞ୍ଜ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ବିଶେଷ ଭାବେ ଉପକୂଳ ଓଡିଶା ଓ ତାର ପାଶ୍ୱବର୍ତ୍ତୀ ଏବଂ ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ଆଗାମୀ ୩ ଦିନ ଯାଏ ବିସ୍ତାରିତ ବର୍ଷା ହେବ । ବର୍ଷା ଯୋଗୁଁ ୪ ରୁ ୬ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ଯଜୀବୀଙ୍କୁ ସମୁଦ୍ର ଯିବାପାଇଁ ବାରଣ କରାଯାଇଛି