ଭୁବନେଶ୍ବର: ରାଜ୍ୟକୁ ଆସୁଛି ବଡ଼ ବର୍ଷା  । ମିଆଁମାରା ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି  । ଗୁରୁବାର ଏହା ଲଘୁଚାପର ରୂପ ନେଇପାରେ  । ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟିର ସମ୍ଭାବନା ରହିଛି  । ପରବର୍ତ୍ତୀ ସମୟରେ ଏହା ଓ୍ବେଲମାର୍କ ଲୋ ପ୍ରେସରରେ ପରିଣତ ହେବ  । ପ୍ରଭାବରେ ଆଜିଠୁ ୩ ଦିନ ଯାଏ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର  ।  ଉତ୍ତର, ଆଭ୍ୟନ୍ତରୀଣ ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଏବଂ ଭଦ୍ରକକୁ ସତର୍କତା ଜାରି କରାଯାଇଛି । ସେହିଭଳି ପ୍ରଚଣ୍ଡ ବିଜୁଳି ଘଡଘଡି ନେଇ ୨୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ଦେବଗଡ ଏବଂ ସମ୍ବଲପୁରକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର । ୧ ତାରିଖରେ ଆହୁରି ବଢିବ ବର୍ଷା । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ । ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।