ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଥଣ୍ଡା, ଦୁଇଦିନ ଜାଡ଼ ସହ କଲବଲ କରିବ କୁହୁଡ଼ି
ନନ୍ଦିଘୋଷ ବ୍ୟୁରୋ: ଥରୁଛି ଆଭ୍ୟନ୍ତରୀଣ ଓଡ଼ିଶା । ଜାଡ ସହ ଦୁଇ ଦିନ ପର୍ଯ୍ୟନ୍ତ ଘନ କୁହୁଡି ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆସନ୍ତାକାଲିଠାରୁ ବଢିବ ତାପମାତ୍ରା । ୨ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବିଶେଷ କରି ଉପକୂଳ ଓଡ଼ିଶାର ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଗଞ୍ଜାମ, ଗଜପତିରେ ତାପମାତ୍ରା ବଢିବ । ଏହାସହ ଆଭ୍ୟନ୍ତରୀଣ ଓଡ଼ିଶାରେ ବି ତାପମାତ୍ରା ବୃଦ୍ଧି ହେବ । କୁହୁଡି ନେଇ ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ ଏବଂ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୫୦ ମିଟର ତଳକୁ ଖସି ଆସିବ ଦୃଶ୍ୟମାନ ଦୂରତା । ସେଥିପାଇଁ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳନା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।