କୃତିତ୍ୱ ହାସଲ କରିବେ ଓଡିଆ ପିଲା, ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ସ୍ୱତନ୍ତ୍ର ଉଦ୍ୟମ

1 min read

ଭୁବନେଶ୍ୱର: ୟୁପିଏସସି ସିଭିଲ ସର୍ଭିସରେ ଆଇ.ଏ.ଏସ୍. ପରୀକ୍ଷାରେ ରାଜ୍ୟର ସଫଳତା ହାର ବଢ଼ାଇବା ପାଇଁ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ତରଫରୁ ସ୍ୱତନ୍ତ୍ର ପ୍ରୟାସ । ସର୍ବଭାରତୀୟ ପ୍ରଶାସନିକ ସେବା ପରୀକ୍ଷାରେ ଓଡ଼ିଆ ଯୁବକ ଯୁବତୀ ମାନଙ୍କର ସଫଳତା ହାର ବଢ଼ାଇବା ନିମନ୍ତେ ଓଡ଼ିଶା ସରକାରଙ୍କ ଗୋପବନ୍ଧୁ ପ୍ରଶାସନିକ ଏକାଡ଼େମୀ ତରଫରୁ ସ୍ୱତନ୍ତ୍ର ଉଦ୍ୟମ ଆରମ୍ଭ କରାଯାଇଛି ।

ଚଳିତ ୨୦୨୨ ବର୍ଷ ସଭିଲ୍ ସର୍ଭିସେସ୍ ମେନ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଆ ଯୁବକଯୁବତୀମାନଙ୍କୁ ପରବର୍ତ୍ତୀ ପର୍ଯ୍ୟାୟ ପରୀକ୍ଷା ନିମନ୍ତେ ଦିଗ୍ ଦର୍ଶନ ଓ ପରାମର୍ଶ ଦେବା ପାଇଁ ଏକ ସ୍ୱତନ୍ତ୍ର ସେଲ୍ ଖୋଲାଯାଇଛି । ଏଥିପାଇଁ ଅନଲାଇନ୍‌ ରେଜିଷ୍ଟ୍ରେସନ ବ୍ୟବସ୍ଥା କରାଯାଇଛି ।

ସିଭିଲ୍ ସର୍ଭିସର ମେନ୍ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଏବଂ ଗୋପବନ୍ଧୁ ଏକାଡ଼େମୀର ଦିଗ୍ ଦର୍ଶନ ନେବାକୁ ଇଛୁକଥିବା ଆଶାୟୀ ପ୍ରାର୍ଥୀମାନେ ଚଳିତ ମାସ ଡ଼ିସେମ୍ବର ୧୬ ତାରିଖ ସୁଦ୍ଧା atiodisha@gmail.com ରେ ନିଜ ନିଜ ଇମେଲ୍ରୁ ଅନୁରୋଧ ପତ୍ର ପଠାଇବେ । ଇଛୁକ ପ୍ରାର୍ଥୀମାନଙ୍କଠାରୁ ଆଗ୍ରହ ପତ୍ର ମିଳିବା ପରେ ଏକାଡ଼େମୀ ତରଫରୁ ସେମାନଙ୍କୁ ତୁରନ୍ତ ଯୋଗାଯୋଗ କରାଯାଇ ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଜଣାପଡିଛି ।