ଦୁର୍ନୀତି ବିରୋଧରେ ଜିରୋ ଟଲରାନ୍ସ: ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ ଜିରୋ ଟଲରାନ୍ସ ଆଭିମୁଖ୍ୟ । ଦୁର୍ନୀତିରେ ଲିପ୍ତ ରହିଲେ ଯିବ ଚାକିରି । ସରକାରଙ୍କ ଏହି ନୀତି ପୁଣି ଥରେ ପ୍ରମାଣିତ କରିଛି ମୁଖ୍ୟମନ୍ତ୍ରୀ ପ୍ରଶାସନିକ ସ୍ବଚ୍ଛତାକୁ । ଓଡିଶା ରାଜ୍ୟ ପୋଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି ମ୍ୟାନେଜର ପ୍ରତାପ ସାମଲଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର । ପ୍ରତାପଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧୩୧ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇସାରିଲାଣି ।

ସାଧୁତା ଓ ନୈତିକତା ବଜାୟ ରଖିବା ସହ ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି। ସବୁ ସମୟରେ ପ୍ରଶାସନିକ ବ୍ୟବସ୍ଥାରେ ସ୍ବଚ୍ଛତା ଉପରେ ଗୁରୁତ୍ବ ଦେଇ ଆସିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଅନୁଯାୟୀ ରାଜ୍ୟ ସରକାର ଦୁର୍ନୀତିଗ୍ରସ୍ତ ଓ ଅପାରଗ ଅଧିକାରୀଙ୍କ ବିରୋଧରେ ଜିରୋ ଟଲରାନ୍ସ ନୀତି ଅବଲମ୍ବନ କରି କଠୋର ପଦକ୍ଷେପ ଜାରି ରଖିଛନ୍ତି ।

ଏହି ପରିପ୍ରେକ୍ଷୀରେ ଆଜି ରାଜ୍ୟ ସରକାର ଓଡିଶା ରାଜ୍ୟ ପୋଲିସ ଗୃହ ନିର୍ମାଣ ଓ କଲ୍ୟାଣ ନିଗମର ପୂର୍ବତନ ଡେପୁଟୀ ମ୍ୟାନେଜର ପ୍ରତାପ କୁମାର ସାମଲଙ୍କୁ ଅପାରଗତା ଓ ଦୁର୍ନୀତି ଯୋଗୁଁ ବାଧ୍ୟତାମୂଳକ ଅବସର ଦେଇଛନ୍ତି । ପୂର୍ବରୁ ସେ ନିଲମ୍ବିତ ହୋଇଥିଲେ । ନିକଟରେ ତାଙ୍କ ବାସଭବନରେ ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଚଢାଉ କରଯାଇ ବ୍ୟାପକ ପରିମାଣର ଆୟ ବହିର୍ଭୁତ ସମ୍ପତ୍ତି ଜବତ କରାଯାଇଥିଲା । ଏହାକୁ ମିଶାଇ ବର୍ତ୍ତମନ ସୁଦ୍ଧା ୧୩୧ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ବା ଚାକିରିରୁ ବହିଷ୍କାର କରାଗଲାଣି ।

Leave a Reply