ସମୀର ଦେଙ୍କ ପରଲୋକରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକ
1 min readଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ପରଲୋକ । ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ସମୀରଙ୍କ ପରଲୋକ ଖବର ପାଇବା ପରେ ଶୋକ ପ୍ରକାଶ କରିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।
ସୋସିଆଲ ମିଡ଼ିଆ ଏକ୍ସରେ ଏକ ପୋଷ୍ଟ କରି ନବୀନ ଶୋକ ପ୍ରକାଶ କରିଛନ୍ତି । ଏଥିରେ ସେ ଉଲ୍ଲେଖ କରିଛନ୍ତି, ବିଶିଷ୍ଟ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ସମୀର ଦେଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ । ଦୀର୍ଘ ସମୟ ଧରି ଲୋକଙ୍କ ସେବା ଓ ଉନ୍ନତି ଦିଗରେ ତାଙ୍କର କାର୍ଯ୍ୟ ସର୍ବଦା ସ୍ମରଣୀୟ ହୋଇ ରହିବ । ତାଙ୍କ ଆମର ଆତ୍ମାଗର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି ନବୀନ ।
ସୂଚନାଯୋଗ୍ୟ, ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ କଟକ ବିଧାନସଭା ଆସନରୁ ସେ ବିଜୟୀ ହୋଇଥିଲେ । ବିଜେପି-ବିଜେଡି ମେଣ୍ଟ ସରକାରରେ ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ସେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ନଗର ଉନ୍ନୟନ ମନ୍ତ୍ରୀ ଥିଲେ ।