୨ଦିନ ପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ, ବାଦ ପଡ଼ିଲା ଟ୍ୱିନ ସିଟି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଲାଗିରହିଛି ବର୍ଷା । ଆଜି ଓ ଆସନ୍ତାକାଲି ପାଇଁ ୧୪ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ସୋନପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ଅନୁଗୁଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଗତକାଲି କଟକ ଓ ଖୋର୍ଦ୍ଧାକୁ ଅରୋଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଗୁରୁବାରରେ ଏହି ଜିଲ୍ଲାରେ ସ୍ୱଳ୍ପ ପରିମାଣରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ଅନ୍ୟ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଆଗାମୀ କିଛି ଘଣ୍ଟା ଭିତରେ ଅଵପାତର ରୂପ ନେବ ଲଘୁଚାପ । ଏଥିପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେପଟେ ଆଗକୁ ପୁଣି ଆଉ ଏକ ଲଘୁଚାପ ଆସୁଛି । ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

Leave a Reply