ଆଜି ୧୮ ଲକ୍ଷ ହିତାଧିକାରୀଙ୍କ ଖାତାକୁ ଆସିବ ‘ସୁଭଦ୍ରା’ ଟଙ୍କା
1 min read![](https://nandighoshatv.com/wp-content/uploads/2025/02/ଆଜି-ମିଳିବ-ସୁଭଦ୍ରା-ଟଙ୍କା-1024x576.jpg)
ଭୁବନେଶ୍ବର: ଆଜି ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏଥିରେ ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବ। ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ଆସନ୍ତାକାଲି ୧୮ ଲକ୍ଷରୁ ଊର୍ଦ୍ଧ୍ବ ମହିଳାଙ୍କ ବ୍ୟାଙ୍କ ଖାତାକୁ ଟଙ୍କା ଯିବା ପରେ ମୋଟ୍ ଲାଭାର୍ଥୀଙ୍କ ସଂଖ୍ୟା ୯୮ ଲକ୍ଷରେ ପହଞ୍ଚିବ। ୬୮ ହଜାର ଲାଭାର୍ଥୀ ଏନପିସିଆଇ କରିସାରିଛନ୍ତି ।
ହେଲେ ଏବେବି କିଛି ଆବେଦନକାରୀଙ୍କର ଏନ୍ପିସିଆଇ ସମସ୍ୟା ରହିଛି। ସେମାନେ ବ୍ୟାଙ୍କ ଯାଇ ଯାଞ୍ଚ କରନ୍ତୁ। ପ୍ରାୟ ୧ଲକ୍ଷ ଆବେଦନକାରୀଙ୍କର ଇ-କେୱାଇସି ସମସ୍ୟା ଅଛି । ଏହାକୁ ଆଜି ସୁଦ୍ଧା ସମାଧାନ କଲେଙ୍କୁ ସୁଭଦ୍ରା ଟଙ୍କା ମିଳିବ। ଯଦି ଏବେ ଟଙ୍କା ପାଇବେନି ତେବେ ଆସନ୍ତା ମାସେ ମଧ୍ୟରେ ଇ-କେୱାଇସି ଦାଖଲ କରିପାରିବେ । ସମସ୍ୟା ସମାଧାନ ହେଲେ ମାର୍ଚ୍ଚ ୮ରେ ଦ୍ବିତୀୟ କିସ୍ତିରେ ଉପକୃତ ହୋଇପାରିବେ ହିତାଧିକାରୀ ।