ପଦ୍ମଶ୍ରୀ ତଥା ବିଶିଷ୍ଟ ସମାଜସେବୀ ଡି. ପ୍ରକାଶ ରାଓ ଅସୁସ୍ଥ

କଟକ: ପଦ୍ମଶ୍ରୀ ତଥା ବିଶିଷ୍ଟ ସମାଜସେବୀ ଡି. ପ୍ରକାଶ ରାଓ ଅସୁସ୍ଥ । କଟକ ଏସସିବି ମେଡିକାଲରେ ଚାଲିଛି ପ୍ରକାଶଙ୍କ ଚିକତ୍ସା । ଜିଲ୍ଲା ପ୍ରଶାସନ ପକ୍ଷରୁ ଚିକିତ୍ସା ନିମନ୍ତେ ସମସ୍ତ ସହାୟତା ଯୋଗାଇ ଦିଆଯାଉଛି । ପ୍ରଥମ ପର୍ଯ୍ୟାୟରେ ଚିକିତ୍ସା ବାବଦକୁ ରେଡକ୍ରସ ପକ୍ଷରୁ ଜିଲ୍ଲାପାଳଙ୍କ ସହାୟତାରେ ୧୦ ହଜାର ଟଙ୍କା ପ୍ରଦାନ କରାଯାଇଛି । ଅଧିକ ଚିକତ୍ସା ପାଇଁ ଏସ୍‌ସିବି କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଛନ୍ତି ଜିଲ୍ଲାପାଳ  ।

କଟକ ବକ୍ସିବଜାରରେ ଚା’ ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ। ଏହାପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେବା ପାଇଁ ପ୍ରକାଶଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଛି।

ତେବେ ‘ମନକି ବାତ୍‌’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଡି. ପ୍ରକାଶ ରାଓଙ୍କ ଭୁୟସୀ ପ୍ରଶଂସା କରିଥିଲେ।

Leave a Reply