ବିଧାନସଭାରେ ଆଗତ ହେଲା ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍-୨୦୨୧, ସଂରକ୍ଷିତ ରହିବ ୫୦ପ୍ରତିଶତ ସିଟ୍‌

1 min read

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆଉ ପାଦେ ଆଗେଇଲେ ରାଜ୍ୟ ସରକାର । ବିଧାନସଭାରେ ଆଗତ ହୋଇଛି ଓଡିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍‌-୨୦୨୧। ବିଲ୍‌ ଅନୁସାରେ ଅନୁସୂଚିତ ଜାତି ଓ ଜନଜାତି ଏବଂ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ଵ୍ୟଵସ୍ଥା ରହିବ। ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ କାର୍ଯ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଏସ୍‌ସି, ଏସ୍‌ଟିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ଲାଗି ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବ। ଯେଉଁଠି ପେଶା ଆଇନ କାର୍ଯ୍ୟକାରୀ ହେଉଛି କିମ୍ବା ସିଡ୍ୟୁଲ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବନାହିଁ। ଏ ବିଲ୍‌ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ। ଅନ୍ୟପକ୍ଷରେ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକ ଗତକାଲି ଗୃହରେ ଉପସ୍ଥାପିତ ହୋଇଛି ।

ଏଥିସହିତ ପଢ଼ନ୍ତୁ: ୨ଟି ଗାଁ ପାଇଁ ଶିମିଳିପାଳକୁ ମିଳୁନି ପୂର୍ଣ୍ଣାଙ୍ଗ ଜାତୀୟ ଉଦ୍ୟାନ ମାନ୍ୟତା

Opn Commnet Area

Leave a Reply

Your email address will not be published. Required fields are marked *

Close Bitnami banner