ପଞ୍ଚାୟତ ଫଳାଫଳ: ପ୍ରାରମ୍ଭିକ ଟ୍ରେଣ୍ଡ ଅନୁସାରେ ଆଗରେ ବିଜେଡି

ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି । ବର୍ତ୍ତମାନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ସମସ୍ତ ରାଜନୈତିକ ଦଳଠାରୁ ଆଗରେ ରହିଛି ବିଜୁ ଜନତା ଦଳ । ଆଜି ୩୧୫ ଜୋନରେ ଭୋଟ ଗଣତି ହେଉଛି । ତେବେ ଦିନ ୧୧ଟା ସୁଦ୍ଧା ୨୪୬ ଜିଲ୍ଲା ପରିଷଦ ଜୋନର ପ୍ରାରମ୍ଭିକ ଟ୍ରେଣ୍ଡ ନିର୍ବାଚନ କମିଶନଙ୍କର ହସ୍ତଗତ ହୋଇଛି । ତେବେ ଏହି ୨୪୬ ଜୋନ ମଧ୍ୟରୁ ୨୦୨ ଜୋନରେ ବିଜୁ ଜନତା ଦଳ ଆଗରେ ରହିଛି ।  ଯଦି ଭାରତୀୟ ଜନତା ପାର୍ଟି କଥା କହିବା ତାହାଲେ ବିଜେପି ବର୍ତ୍ତମାନ ସୁଦ୍ଧା ମାତ୍ର ୨୫ଟି ଆସନରେ ଆଗରେ ରହିଛି । ସେହିପରି କଂଗ୍ରେସ ୧୫ଟି ଆସନରେ ଆଗୁଆ ରହିଥିବାବେଳେ ୪ଟି ଆସନରେ ଅନ୍ୟାନ ଦଳ ଆଗୁଆ ରହିଛି ।

ମିଳିଥିବା ସୂଚନା ଅନୁସାରେ ଗୁଣୁପୁର ବ୍ଲକ ରାମନାଗୁଡ଼ା ’କ’ ଜୋନରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛି । ସେହିପରି ଆନନ୍ଦପୁର ୧ ନମ୍ବର ଜିଲ୍ଲା ପରିଷଦ ଜୋନରେ ମଧ୍ୟ ବିଜେଡି ପ୍ରାର୍ଥୀ ଆଗୁଆ ରହିଛି । କଣାସ ବ୍ଲକର ୩ ନମ୍ବର ବ୍ଲକର ୩ ନମ୍ବର ଜୋନରେ ବିଜେଡି ପ୍ରାର୍ଥୀ ଆଗୁଆ ରହିଛି । ସେହିପରି ଭଞ୍ଜନଗର ସୋରଡ଼ା ୬୩ ନମ୍ବର ଜୋନ, ନୟାଗଡ଼ ନୂଆଗାଁ ୧୬ ନମ୍ବର ଜୋନ ଓ ନୟାଗଡ଼ ଓଡ଼ଗାଁ ୧ ନମ୍ବର ଜୋନରେ ମଧ୍ୟ ବିଜୁ ଜନତା ଦଳର ପ୍ରାର୍ଥୀ ଆଗୁଆ ରହିଛି ।

 

 

 

Leave a Reply