ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପାରା ଆଥଲେଟ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ ପ୍ରଧାନ

1 min read

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ପାରା ଆଥଲେଟ ପ୍ରମୋଦ ଭଗତ ଓ ସୌନ୍ଦର୍ଯ୍ୟ କୁମାର ପ୍ରଧାନ । ଏସିଆନ ପାରା ଗେମ୍ସରେ ସଫଳତା ପାଇବା ପରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି  । ପାରା ବ୍ୟାଡ଼ମିଣ୍ଟନ ଖେଳାଳି ପ୍ରମୋଦ ଭଗତ ଗୋଟିଏ ସ୍ବର୍ଣ୍ଣ ସହ ଦୁଇଟି ବ୍ରୋଞ୍ଜ ମେଡାଲ ଜିତିଛନ୍ତି । ଏଥିପାଇଁ ତାଙ୍କୁ ୨ କୋଟି ଟଙ୍କା ପୁରସ୍କାର ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିସହ ଚେସରେ ଗୋଟିଏ ସ୍ବର୍ଣ୍ଣ ଓ ଗୋଟିଏ ରୌପ୍ୟ ପଦକ ବିଜେତା ସୌନ୍ଦର୍ଯ୍ୟ କୁମାର ପ୍ରଧାନଙ୍କୁ ଦେଢ କୋଟି ଟଙ୍କା ପୁରସ୍କାର ଦେଇଥିଲେ । ଏସିଆନ ପାରା ଗେମ୍ସରେ ସେମାନଙ୍କ ସଫଳତା ଓଡ଼ିଶା ପାଇଁ ଗର୍ବ ଆଣିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ଜାଣନ୍ତୁ କେମିତି କରିବେ ଆବେଦନ :  ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର, ୧୪ ବିଭାଗରେ ପୁରସ୍କାର ପାଇଁ ଆବେଦନ ଆରମ୍ଭ

ସେମାନଙ୍କର କଠିନ ପରିଶ୍ରମ ପାଇଁ ଆଜି ଏହି ଗୌରବ ମିଳିଛି  । ଆଗକୁ ଥିବା ପ୍ରତିଯୋଗିତାରେ ମଧ୍ୟ ରାଜ୍ୟ ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇଦେବେ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି  । ଏହି ଅବସରରେ ଫାଇଭ-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । ଉଭୟ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇଥିଲେ ।