ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କ ନିମନ୍ତେ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: କୃତଜ୍ଞତା ଜଣାଇଲେ ଅଭିଭାବକ

ଭୁବନେଶ୍ୱର: ପିଲାଙ୍କ ଭବିଷ୍ୟତ ନେଇ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠିକୁ ଅଭିବାବକ ମହଲରେ ସ୍ବାଗତ । ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କ ଭବିଷ୍ୟତ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କୁ କରିଥିବା ଅନୁରୋଧକୁ ନେଇ ଖୁସି ପ୍ରକାଶ କରିଛନ୍ତି ବାଲେଶ୍ବର ଜିଲ୍ଲା ସୋର ଅଞ୍ଚଳର ୟୁକ୍ରେନ ଫେରନ୍ତା ଛାତ୍ରଛାତ୍ରୀଙ୍କ ଅଭିଭାବକ । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହିତ ଚିଠିକୁ ପାଳନ କରିବାକୁ ପ୍ରଧାନମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।

ସୂଚନା ଯୋଗ୍ୟ ଯେ, ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପ ଗ୍ରହଣ ସ୍ୱରୂପ ଆଜି ପ୍ରଧାନମନ୍ତ୍ରୀଙ୍କ ଏ ସଂକ୍ରାନ୍ତରେ ଚିଠି ଲେଖିଛନ୍ତି । । ସେମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୟୁକ୍ରେନ୍‌ରୁ ଅଧାରୁ ପାଠ ଛାଡ଼ି ଆସିଥିବା ଛାତ୍ରଛାତ୍ରୀଙ୍କୁ ସହାୟତା ଦେବା ପାଇଁ ନିବେଦନ କରିଛନ୍ତି ।

ତୁରନ୍ତ ଏ ପ୍ରସଙ୍ଗକୁ ଗୁରୁତର ସହ ନ୍ୟାସନାଲ ମେଡିକାଲ କାଉନସିଲ୍‌ ଏବଂ ମନ୍ତ୍ରାଳୟ ସହ ଆଲୋଚନା କରି ଛାତ୍ରଛାତ୍ରୀଙ୍କ ପାଠ ପଢା କିପରି ଭାରତରେ ହୋଇପାରିବ ସେନେଇ ବ୍ୟବସ୍ଥା କରିବାକୁ ନିବେଦନ କରିଛନ୍ତି । ଏହି ପ୍ରସଂଗରେ କେନ୍ଦ୍ର ସରକାର ଯାହା ନିଷ୍ପତ୍ତି ନେବେ ରାଜ୍ୟ ସରକାରଙ୍କ ତରଫରୁ ସମ୍ପୂର୍ଣ୍ଣ ସମର୍ଥନ ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଆଶ୍ବାସନା ଦେଇଛନ୍ତି ।