ନୀତା ଅମ୍ବାନୀ ‘ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି’ର ସଦସ୍ୟା ଭାବରେ ନିର୍ବାଚିତ

ନନ୍ଦିଘୋଷ ବ୍ୟୁରୋ: ନୀତା ଅମ୍ବାନୀ ସର୍ବସମ୍ମତି କ୍ରମେ ‘ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି’ର ସଦସ୍ୟା ଭାବରେ ନିର୍ବାଚିତ। ପ୍ୟାରିସ୍‌, ୨୪ ଜୁଲାଇ ୨୦୨୪ ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି ପୁଣି ଥରେ ନୀତା ଅମ୍ବାନୀଙ୍କ ଉପରେ ବିଶ୍ୱାସ ପ୍ରକଟ କରିଛି । ସମୁଦାୟ ୯୩ ଭୋଟର ସେମାନଙ୍କର ଭୋଟ୍ ଦେଇଛନ୍ତି । ସମସ୍ତ ୯୩ ଭୋଟ୍ ନୀତା ଅମ୍ବାନୀଙ୍କ ସପକ୍ଷରେ ରହିଛି, ଅର୍ଥାତ୍ ୧୦୦ ପ୍ରତିଶତ ସମର୍ଥନ ।

ସୂଚନା ଅନୁଯାୟୀ, ୨୦୧୬ରେ ରିଓ ଡି ଜେନେରିଓ ଅଲିମ୍ପିକ୍ ଗେମ୍ସରେ ପ୍ରଥମ ଥର ପାଇଁ ନୀତା ଅମ୍ବାନୀ ଆଇଓସି ସଦସ୍ୟା ଭାବରେ ନିର୍ବାଚିତ ହୋଇଥିଲେ । ସେ ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ଅଟନ୍ତି । “ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟିର ସଦସ୍ୟା ଭାବରେ ପୁନଃ ନିର୍ବାଚିତ ହୋଇଥିବାରୁ ମୁଁ ଅତ୍ୟନ୍ତ ସମ୍ମାନିତ ମନେକରୁଥିବା କହିଛନ୍ତି ନୀତା ଅମ୍ବାନୀ । ପୁନଃ ନିର୍ବାଚନ କେବଳ ମୋ ପାଇଁ ଏକ ବ୍ୟକ୍ତିଗତ ମାଇଲଖୁଣ୍ଟ ନୁହେଁ, ବରଂ ବିଶ୍ୱ କ୍ରୀଡ଼ା କ୍ଷେତ୍ରରେ ଭାରତର ବଢୁଥିବା ପ୍ରଭାବକୁ ମଧ୍ୟ ଦର୍ଶାଉଛି । ମୁଁ ପ୍ରତିଟି ଭାରତୀୟଙ୍କ ସହିତ ଏହି ଖୁସି ଓ ଗର୍ବର ମୁହୂର୍ତ୍ତ ବାଣ୍ଟିବା ସହ ଭାରତ ଏବଂ ସାରା ଦୁନିଆରେ ଅଲିମ୍ପିକ ଆନ୍ଦୋଳନକୁ ଆହୁରି ମଜଭୁତ କରିବା ପାଇଁ ତତ୍ପର ରହିଥିବା କହିଛନ୍ତି ନୀତା ।
ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଭାରତ ୪୦ ବର୍ଷ ଅପେକ୍ଷା ପରେ ଆଇଓସିର ବାର୍ଷିକ ବୈଠକ ଆୟୋଜନ କରିଥିଲା । ୨୦୨୩ ମସିହାରେ ମୁମ୍ବାଇର ଜିଓ ୱାର୍ଲ୍ଡ ସେଣ୍ଟରରେ ଏହା ସଫଳତାର ସହିତ ଆୟୋଜିତ କରାଯାଇଥିଲା । ପ୍ରଥମ ଥର ପାଇଁ ନୀତା ଅମ୍ବାନୀଙ୍କ ନେତୃତ୍ୱରେ ଅଲିମ୍ପିକ୍ସରେ ଇଣ୍ଡିଆ ହାଉସ୍ ନିର୍ମାଣ କରାଯାଇଛି । ଯାହା ପ୍ୟାରିସ୍ ଅଲିମ୍ପିକ୍ସରେ ଭାରତୀୟ ଖେଳାଳି, ସମର୍ଥକ ଏବଂ ଦର୍ଶକଙ୍କ ପାଇଁ ଭାରତଠାରୁ ଦୂରରେ ଥିବା ଘର ପରି ହୋଇଛି ।