ସକାଳ ୭ଟାରୁ ପଶ୍ଚିମ ଦ୍ବାର ଦେଇ ମହାପ୍ରଭୁଙ୍କୁ ଦର୍ଶନ କରୁଛନ୍ତି ପୁରୀ ବାସିନ୍ଦା

1 min read

ପୁରୀ: ଖୋଲିଲା ଶ୍ରୀମନ୍ଦିର ପଶ୍ଚିମ ଦ୍ବାର । ସକାଳ ୭ଟାରୁ ପୁରୀବାସୀଙ୍କ ପାଇଁ ଖୋଲିଛି ପଶ୍ଚିମ ଦ୍ବାର । ପରିଚୟ ପତ୍ର ଦେଖାଇ ପ୍ରବେଶ କରୁଛନ୍ତି ପୁରୀବାସୀ । ଆବଶ୍ୟକ ହେଲେ ପରବର୍ତ୍ତୀ ସମୟରେ ଅନ୍ୟ ଦୁଇ ଦ୍ବାରା ଖୋଲାଯିବା ନେଇ ନିଷ୍ପତ୍ତି ନିଆଯିବ । ଗତକାଲି ବସିଥିବା ଗୁରୁତ୍ବପୂର୍ଣ୍ଣ ବୈଠକରେ ଏନେ ନିଷ୍ପତ୍ତି ହୋଇଥିଲା । ଛତିଶା ନିଯୋଗ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିରରେ ଶୃଙ୍ଖଳିତ ଦର୍ଶନ ନେଇ ଗଠିତ ସ୍ବତନ୍ତ୍ର ସବ-କମିଟିର ବୈଠକରେ ଏଭଳି ନିଷ୍ପତି ଗ୍ରହଣ କରାଯାଇଛି ।

ପୁରୀ ବାସିନ୍ଦାଙ୍କ ପାଇଁ ପଶ୍ଚିମ ଦ୍ବାର ଦେଇ ପ୍ରବେଶ କରିବାକୁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରିବାକୁ ପୋଲିସ ଓ ଶ୍ରୀମନ୍ଦିର ପ୍ରଶାସନକୁ ଅବଗତ କରାଯାଇଛି । ସେହିଭଳି ଅନ୍ୟ ଦୁଇ ଦ୍ବାର ତଥା ଉତ୍ତର ଓ ଦକ୍ଷିଣ ଦ୍ୱାର ଦେଇ ଭକ୍ତଙ୍କ ପ୍ରବେଶ ନେଇ ପରବର୍ତ୍ତୀ ସମୟରେ ନିଷ୍ପତି ନିଆଯିବ । ଗତକାଲି ବସିଥିବା ବୈଠକରେ ପୁରୀ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳଙ୍କ ସମେତ ପରିଚାଳନା କମିଟିର ୫ ଜଣ ସେବାୟତ ସଦସ୍ୟ ଓ ଛତିଶା ନିଯୋଗର ଅନ୍ୟ 3ଜଣ ବରିଷ୍ଠ ସେବାୟତ ସଦସ୍ୟ ଉପସ୍ଥିତ ଥିଲେ ।