spot_img

Latest Posts

୪ ଦିନରେ ପେଟ୍ରୋଲ ଲିଟର ପିଛା ୨ଟଙ୍କା ୮୦ ପଇସା ବୃଦ୍ଧି

ଭୁବନେଶ୍ୱର: ପୁଣି ବଢିଲା ପେଟ୍ରୋଲ ଡିଜେଲ ଦର । ରୁଷୋ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଭାରତରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ କ୍ରମାଗତ ଭାବେ ବୃଦ୍ଧି ପାଉଛି । ଚାରି ଦିନ ମଧ୍ୟରେ ତୃତୀୟ ଥର ପାଇଁ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି । ପେଟ୍ରୋଲ ଲିଟର ପିଛା ୮୦ ପଇସା ଓ ଡିଜେଲ ଲିଟର ପିଛା ୮୦ ପଇସା ବୃଦ୍ଧି ପାଇଛି । ଅର୍ଥାତ ଚାରି ଦିନରେ ପେଟ୍ରୋଲ ଲିଟର ପିଛା ୨ଟଙ୍କା ୮୦ ପଇସା ଓ ଡିଜେଲ ଲିଟର ପିଛା ୨ ଟଙ୍କା ୬୭ପଇସା ବୃଦ୍ଧି ପାଇଛି । ଭାରତୀୟ ତତୈଳ ନିଗମ ଅନୁଯାୟୀ ରାଜଧାନୀ ଦିଲ୍ଲୀରେ ୮୦ ପଇସା ବୃଦ୍ଧି ପରେ ଆଜି ମାର୍ଚ ୨୫ ତାରିଖ ସୁଧା ଦିଲ୍ଲୀରେ ଡିଜେଲ୍‌ ଲିଟର୍‌ ପିଛା  ୮୯.୦୭ଟଙ୍କା ଏବଂ ପେଟ୍ରୋଲ୍‌ ଲିଟର୍‌ ପିଛା ୯୭.୮୧ଟଙ୍କା ରହିଛି ।

Diesel Price Increase RS 25 Per Liter For Bulk Customers

ପୂର୍ବରୁ ଚଳିତ ସପ୍ତାହର ମଙ୍ଗଳବାର ଏବଂ ବୁଧବାର ଦିନ ଉପରୋକ୍ତ ତୈଳ ଦର ବୃଦ୍ଧି ପାଇଥିଲା। ଯଦି ପୂର୍ବ ରେକର୍ଡ ଦେଖାଯାଏ ତେବେ ତେଲ ଦର ପ୍ରତି ଥର ଲିଟର୍‌ ପିଛା ମୂଲ୍ୟ ୮୦ ପଇସା ବୃଦ୍ଧି ପାଉଛି। ଭାରତରେ ପେଟ୍ରୋଲ୍‌ ଏବଂ ଡିଜେଲ୍‌ ମୂଲ୍ୟ ଇନ୍ଧନର ଚାହିଦା, ଡଲାର୍‌ ତୁଳନାରେ ଭାରତୀୟ ମୁଦ୍ରାର ମୂଲ୍ୟ ଏବଂ ତୈଳଶୋଧନାଗାରର ବ୍ୟବହାର ଉପରେ ନିର୍ଭର କରେ। ଏହାଛଡ଼ା, ‘ଭାଟ୍‌’ ଏବଂ ପରିବହନ ମୂଲ୍ୟ ଆଧାରରେ ରାଜ୍ୟ ରାଜ୍ୟ ମଧ୍ୟରେ ଇନ୍ଧନ ମୂଲ୍ୟରେ ତଫାତ୍‌ ଦେଖା ଦେଇଥାଏ।

Congress To Protest In Every Block Against Fuel Price Hike

ଦର ବୃଦ୍ଧି ପରେ ଭୁବନେଶ୍ବରରେ ପେଟ୍ରୋଲ ଲିଟର ୧୦୩ ଟଙ୍କା ୬୯ ପଇସାରୁ ୧୦୪ ଟଙ୍କା ୫୫ ପଇସାକୁ ବୃଦ୍ଧି ପାଇଛି । ସେହିପରି ଡିଜେଲ ଦର ଲିଟର ପିଛା ୯୩ ଟଙ୍କା ୪୪ ପଇସାରୁ ବୃଦ୍ଧି ପାଇ ୯୪ ଟଙ୍କା ୨୯ ପଇସାରେ ପହଞ୍ଚିଛି । ଲଗାତର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଥିବାରୁ ଗ୍ରାହକଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି ।

Latest Posts

Don't Miss