spot_img

Latest Posts

ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି: ଭୁବନେଶ୍ୱରର ସମ୍‌, କିମ୍‌ସ ଓ କଟକର ଅଶ୍ୱିନୀ ହସ୍ପିଟାଲରେ ହେବ ପରୀକ୍ଷା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପି  । ଭୁବନେଶ୍ୱରର ସମ୍‌, କିମ୍‌ସ ଓ କଟକର ଅଶ୍ୱିନୀ ହସ୍ପିଟାଲରେ ଆରମ୍ଭ ହେବ ଏହି ଥେରାପି  । ଏସସିବି ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବରେ କାମ କରିବ ବୋଲି ଗତକାଲି ସୂଚନା ଦିଆଯାଇଛି ।

ସେପଟେ ୫-ଟିରେ ସାମିଲ ହୋଇଛି କୋଭିଡ ପରିଚାଳନା  । ଏଥିରେ ରୋଗୀଙ୍କ ସୁବିଧା ଓ ଯୋଦ୍ଧାଙ୍କ ନିରାପତ୍ତାକୁ ଦିଆଯାଉଛି ପ୍ରାଧାନ୍ୟ ।  ରାଜ୍ୟର ଗଞ୍ଜାମ,କଟକ, ଯାଜପୁର, ସୁନ୍ଦରଗଡ ଓ ଖୋର୍ଦ୍ଧା ଜିଲ୍ଲାକୁ ଅଧିକ ପ୍ରବାସୀଙ୍କ ଆଗମନ ତଥା ଯିବାଆସିବା ବୃଦ୍ଧି କାରଣରୁ ପରିସ୍ଥିତି ଆହ୍ୱାନମୂଳକ ରହିଛି। ତେଣୁ ଏସବୁ ଜିଲ୍ଲାକୁ ଫୋକସ୍‌ରେ ରଖାଯାଇଛି ।

ଗଞ୍ଜାମ ଜିଲ୍ଲାରେ ଅଧିକ ମାନବ ସମ୍ବଳ ସହିତ ଅଧିକ ଭେଣ୍ଟିଲେଟର, ଆମ୍ବୂଲାନ୍‌ସ, ଶଯ୍ୟା ଆଦିର ବ୍ୟବସ୍ଥା କରି ଭିତ୍ତିଭୂମିକୁ ଆହୁରି ସୁଦୃଢ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ କୋଭିଡ ଯୁଦ୍ଧରେ ଆଗଧାଡିର ଯୋଦ୍ଧାଙ୍କ ମନୋବଳ ବଢାଇବାକୁ ସେମାନଙ୍କ ସହ ନିୟମିତ ଯୋଗାଯୋଗ ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ସବୁ ଜିଲ୍ଲା ପର୍ଯ୍ୟବେକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି  ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଏକ ଉଚ୍ଚସ୍ତରୀୟ ବୈଠକରେ କୋଭିଡ୍‌ ମୁକାବିଲା ସଂପର୍କରେ ସମୀକ୍ଷା କରିଛନ୍ତି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ  କୋଭିଡ୍‌ ରୋଗୀଙ୍କ ସୁବିଧା, କୋଭିଡ୍‌ ରୋଗୀଙ୍କ ନିରାପତ୍ତା ଉପରେ ବିଶେଷ ଗୁରୁତ୍ୱ ଆରୋପ କରିଛନ୍ତି । ଏହାସହିତ ରାଜ୍ୟର ୫ଟି ଫୋକସ୍‌ ଜିଲ୍ଲାରେ ତଦାରଖ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହାସହିତ କୋଭିଡ୍‌ ଯୁଦ୍ଧରେ ଆଗରେ ରହି କାର୍ଯ୍ୟ କରୁଥିବା ଯୋଦ୍ଧା ମାନଙ୍କର ମନୋବଳକୁ ଉଚ୍ଚା ରଖିବା ପାଇଁ ସେମାନଙ୍କ ସହ ନିୟମିତ ଯୋଗାଯୋଗରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକ ମାନଙ୍କୁ ପରାମର୍ଶ ଦେଇଛନ୍ତି । ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନିଜେ ପ୍ରତିଦିନ ବିଭିନ୍ନ ଜିଲ୍ଲାର କୋଭିଡ୍‌ ଯୋଦ୍ଧା ମାନଙ୍କ ସହିତ କଥାବର୍ତ୍ତା କରୁଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା: କୋଭିଡ୍‌ ଯୋଦ୍ଧାଙ୍କୁ ଅଧିକ ଗୁରୁତ୍ୱ, ସମ୍‌-କିମ୍ସରେ ବୁଧବାରଠୁ ପ୍ଲାଜମା ଥେରାପି

Latest Posts

Don't Miss