ମାର୍ଚ୍ଚ ପହିଲାରୁ ଆରମ୍ଭ ହେବ ଯୁକ୍ତ ଦୁଇ ପରୀକ୍ଷା, ସକାଳ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଚାଲିବ ପରୀକ୍ଷା

1 min read

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ଯୁକ୍ତଦୁଇ ପରୀକ୍ଷା । ଏନେଇ CHSE ପ୍ରକାଶ କରିଛି ବିଜ୍ଞପ୍ତି । ବିଜ୍ଞାନ, କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ମାର୍ଚ୍ଚ ୧ ତାରିଖରୁ ବିଜ୍ଞାନ ପରୀକ୍ଷା ହେବାକୁ ଥିବାବେଳେ ୨ ତାରିଖରୁ କଳା ଓ ବାଣିଜ୍ୟ ଏବଂ ୩ ତାରିଖରୁ ଧନ୍ଦାମୂଳକ ପରୀକ୍ଷା ହେବ । ପରୀକ୍ଷାର ଅଧଘଣ୍ଟା ଆଗରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଛାତ୍ରଛାତ୍ରୀ ।

ସକାଳ ୧୦ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପରୀକ୍ଷା ହେବ । ୧୫ମିନିଟ ଆଗରୁ ମିଳିବ ଉତ୍ତରଖାତା ଓ ୯ଟା ୫୫ରେ ମିଳିବ ପ୍ରଶ୍ନପତ୍ର । ପ୍ରଥମ ଦିନ ମାତୃଭାଷା ବିଷୟରେ ପରୀକ୍ଷା ହେବ । ସିସିଟିଭି ନିୟନ୍ତ୍ରଣରେ ରହିବ ପରୀକ୍ଷା କେନ୍ଦ୍ର । ପରୀକ୍ଷାକେନ୍ଦ୍ରରେ କୋଭିଡ ଗାଇଡଲାଇନ ପାଳନ କରାଯିବ । ଫେବ୍ରୁଆରୀ ୧ରୁ ୧୦ତାରିଖ ଯାଏ ପ୍ରାକ୍ଟିକାଲ୍ ପରୀକ୍ଷା ହେବ ।